ଖୋର୍ଦ୍ଧାରେ ଲଜ୍ଜା: ମାରଣାସ୍ତ୍ର ଦେଖାଇ ଯୁବତୀଙ୍କୁ ଗଣଦୁଷ୍କର୍ମ
Khabar Odisha:girl-Gang-raped-in-Khordha-odisha
ଖୋର୍ଦ୍ଧା, ନଭେମ୍ବର ୦୪(ଖବର ଓଡ଼ିଶା):

ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଅନ୍ତର୍ଗତ ଗୋଳବାଇ ଗ୍ରାମର ଜନୈକା ଯୁବତୀ ଗଣଦୁଷ୍କର୍ମର ଶିକାର ହୋଇଛନ୍ତି । ଚିକିତ୍ସା ନିମନ୍ତେ ତାଙ୍କୁ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ ଅବସ୍ଥା ସଙ୍କଟାପନ୍ନ ହୋଇପଡିବାରୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି । ଜଙ୍କିଆ ଥାନା ପୋଲିସ ଏ ସଂକ୍ରାନ୍ତରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି । ଅଦ୍ୟାବଧି ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ ହୋଇଛି।

ଅଭିଯୋଗ ମୁତାବକ, ଜଙ୍କିଆ ଥାନା ଅନ୍ତର୍ଗତ ଗୋଳବାଇ ଗ୍ରାମର ଜନୈକା ୨୨ ବର୍ଷିୟା ଯୁବତୀ ନିଜର ସମ୍ପର୍କୀୟ ୧୮ ବର୍ଷିୟା ଭଉଣୀ ସହିତ ଶନିବାର ଅପରାହ୍ନ ପ୍ରାୟ ସାଢ଼େ ୩ଟା ସମୟରେ ଗାଁ ନିକଟସ୍ଥ ପଡିଆକୁ ଶୌଚ ପାଇଁ ଯାଇଥିଲେ । ଏହି ସମୟରେ ତିନି ଜଣ ଯୁବକ ତାଙ୍କୁ ମାରଣାସ୍ତ୍ର ଦେଖାଇ ଜୋରଜବରଦସ୍ତ ପାଖ ଜଙ୍ଗଲକୁ ଉଠାଇ ନେଇ ଗଣଦୁଷ୍କର୍ମ କରିଥିଲେ । ଫଳରେ ପୀଡ଼ିତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇଥିଲା । ସେ ଚେତାଶୂନ୍ୟ ହୋଇପଡିଥିଲେ । ଏହା ଜାଣି ପାରି ଅଭିଯୁକ୍ତ ମାନେ ତାଙ୍କୁ ସେଠାରେ ଛାଡି ଚମ୍ପଟ୍ ମାରିଥିଲେ । ସାନଭଉଣୀ ଘରେ ଯାଇ ଏ ସମ୍ପର୍କରେ ଜଣାଇବା ପରେ ପରିବାର ଲୋକେ ଚାରିଆଡେ ଖୋଜାଖୋଜି କରି ଗତାକାଲି ସଂନ୍ଧ୍ୟାରେ ତାଙ୍କୁ ଉଦ୍ଧାର କରିଥିଲେ । ତୁରନ୍ତ ତାଙ୍କୁ ଚିକିତ୍ସା ନିମନ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଥିଲା । ଅଧିକ ଚିକିତ୍ସାର ଆବଶ୍ୟକତା ଥିବାରୁ ଆଜି ପୀଡ଼ିତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି । ଯୁବତୀଙ୍କ ପରିବାର ଲୋକଙ୍କ ଅଭିଯୋଗକୁ ଭିତି କରି ଜଙ୍କିଆ ଥାନା ପୋଲିସ ଏ ସଂକ୍ରାନ୍ତରେ ୧୬୩/୧୮ ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି । ତେବେ ଅଦ୍ୟାବଧି ଅଭିଯୁକ୍ତମାନଙ୍କୁ ଗିରଫ କରିବାରେ ପୋଲିସ ବିଫଳ ହୋଇଛି । ଘଟଣାକୁ ନେଇ ସ୍ଥାନୀୟ ଅଂଚଳରେ ଉତେଜନା ପ୍ରକାଶ ପାଇଛି । 

Subscribe

National International State Sports Entertainment