ଦାମଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ବହିଷ୍କାର କରାଗଲା: ମୁଖ୍ୟମନ୍ତ୍ରୀ
Khabar Odisha:Dama-Rout-Expelled--CM-Naveen-Pattnaik
ଭୁବନେଶ୍ୱର, ସେପ୍ଟମ୍ବର ୧୩(ଖବର ଓଡ଼ିଶା):

ବିଜୁ ଜନତା ଦଳରୁ ବରିଷ୍ଠ ନେତା ଡ. ଦାମୋଦର ରାଉତ ଗତକାଲି ବହିଷ୍କୃତ ହେବା ପରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି। ତାଙ୍କୁ ବହିଷ୍କାର ଯିବାର କାରଣ ଦର୍ଶାଇଛନ୍ତି ମୁଖ୍ୟମନ୍ତ୍ରୀ। ଦଳ ବିରୋଧୀ କାର୍ଯ୍ୟ ଯୋଗୁଁ ଦାମୋଦରଙ୍କୁ ବହିଷ୍କାର କରାଗଲା ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ପ୍ରକାଶ ଯେ, ଗତକାଲି ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦେଶକ୍ରମେ ପୂର୍ବତନ ମନ୍ତ୍ରୀ ତଥା ଜଗତସିଂହପୁର ଜିଲ୍ଲାର ପାରଦ୍ୱୀପ ବିଧାୟକ ଦାମଙ୍କୁ ବହିଷ୍କୃତ କରାଯାଇଛି। ବିଜୁ ଜନତା ଦଳ ସଂପାଦକ ବିଜୟ କୁମାର ନାୟକ ଏକ ପ୍ରେସ୍‌ ଇସ୍ତାହାରରେ ଏହା ଜଣାଇଥିଲେ। ପୂର୍ବରୁ ବିଭିନ୍ନ ସମୟରେ ଜଗତସିଂହପୁର ଜିଲ୍ଲା ସଭାପତି ତଥା ପୂର୍ବତନ ମନ୍ତ୍ରୀ ବିଷ୍ଣୁ ଦାସ ଖୋଲାଖୋଲି ଡାକ୍ତର ରାଉତଙ୍କ ବିରୋଧରେ ପ୍ରତିକ୍ରିୟା ରଖୁଥିଲେ। ଏ ନେଇ ଜଗତସିଂହପୁର ଜିଲ୍ଲାର କିଛି ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ଦାମୋଦରଙ୍କ ବିରୋଧରେ ଲିଖିତ ଅଭିଯୋଗ କରିଥଲେ। ତାଙ୍କ କାରନାମାର ଲମ୍ବା ଅଭିଯୋଗ ଧରାଇ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଥିଲେ। କାର୍ଯ୍ୟାନୁଷ୍ଠାନସ୍ୱରୂପ ତାଙ୍କୁ ଦଳରୁ ବାହାର କରିଦିଆଯାଇଛି।   

  • Tags:

Subscribe

National International State Sports Entertainment