Home >
ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Khabar Odisha:Odisha-CM-Naveen-Pattnaik-Meet-Indian-PrimeMinister--NarendraModi

ନୂଆଦିଲ୍ଲୀ, ଫେବୃୟାରୀ ୧୪(ଖବର ଓଡ଼ିଶା): ନୂଆଦିଲ୍ଲୀ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟା ସାଢ଼େ ୬ଟା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି । ଦିଲ୍ଲୀର ଲୋକକଲ୍ୟାଣ ମାର୍ଗ ସ୍ଥିତ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଯାଇ ମୋଦିଙ୍କୁ ସାକ୍ଷାତ କରିଛନ୍ତି ନବୀନ। ମୋଦିଙ୍କୁ ଭେଟି ନବୀନ ତାଙ୍କୁ ବିଜୁ ପଟ୍ଟନାୟକଙ୍କ ଜୀବନୀ ଉପରେ ଲିଖିତ ପୁସ୍ତକ ବିଜୁ- ଦ ଟଲ୍ ମ୍ୟାନ୍ ଉପହାର ସ୍ୱରୂପ ଦେଇଥିବା ସୂଚନା ମିଳିଛି। ପ୍ରାୟ ୧ ଘଣ୍ଟା ଧରି ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ତେବେ କେଉଁ ପ୍ରସଙ୍ଗରେ ଆଲୋଚନା ହୋଇଥିଲା ସାମ୍ବାଦିକଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ କୌଣସି ରାଜନୈତିକ ବିଷୟରେ ଆଲୋଚନା ହୋଇନଥିବା କହିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ବାହାରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, 'ମୋଦିଙ୍କ ସହ ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ଥିଲା । କୌଣସି ରାଜନୈତିକ ବିଷୟରେ ଆଲୋଚନା ହୋଇନାହିଁ। 'ବିଜୁ - ଦ ଟଲ ମ୍ୟାନ୍' ପୁସ୍ତକ ଭେଟି ଦେଇଥିବା ଶ୍ରୀ ପଟ୍ଟନାୟକ କହିଛନ୍ତି'। 

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠାରୁ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ହକି ଇଣ୍ଡିଆ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଯୋଗ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି।  ସେହିପରି ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗଦେଇ ଆସନ୍ତା ୧୭ରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିବେ ।

  • Tags:

Subscribe

National International State Sports Entertainment