ଆଜି ଶ୍ରୀଜିଉଙ୍କ ବନକ ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
Khabar Odisha:Lord-Jagannaths-Banakalagi-Niti-ritual-to-be-observed-today-in-Puri-Sri-Mandira
ଖବର ଓଡିଶା : 17/05/2023

ଆଜି ଜ୍ୟେଷ୍ଠ-କୃଷ୍ଣ ତ୍ରୟୋଦଶୀ ତିଥି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଅନୁଷ୍ଠିତ ହେବ ବନକ ଲାଗି ନୀତି । ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ନୀତି ଆରମ୍ଭ ହେବ । ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏହି ବିଶେଷ ନୀତି ପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ।

Subscribe

National International State Sports Entertainment