ମହାଶିବରାତ୍ରି ପାଇଁ ପ୍ରଭୁ ଲିଙ୍ଗରାଜଙ୍କ ନୀତି ନିର୍ଘଣ୍ଟ, ରାତି ୧୦ଟାରେ ଉଠିବ ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ
Khabar Odisha:Mahadeepa-to-be-lifted-atop-Lord-Lingaraj-temple-at-10-pm
ଖବର ଓଡିଶା : 16/02/2023

 ମହାଶିବରାତ୍ରି ଅବସରରେ ଚଳିତବର୍ଷ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାଆଡ଼ମ୍ବରରେ ଜାଗର ଉତ୍ସବ ପାଳନ କରାଯିବ। ଶ୍ରୀ ଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଇଁ ନୀତିନିର୍ଘଣ୍ଟ ସ୍ଥିର ହୋଇଛି। ସୂଚନା ମୁତାବକ ରାତି ୧୦ଟାରେ ମହାଦୀପ ଉଠିବ । ଏହାପରେ ଭକ୍ତିମାନେ ରାତି ୧୦ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସାହାଣମେଲା ଦର୍ଶନ କରିପାରିବେ। ରାତି ସାଢ଼େ ୩ରୁ ସାଢେ ୪ଟା ମଧ୍ୟରେ ହରିହର ଭେଟ ଏବଂ ପରେ ବଡସିଂହାର  ଓ ପହୁଡ଼ ନୀତି ସମ୍ପନ୍ନ ହେବ। ନିର୍ଘଣ୍ଟ ହୋଇଥିବା ନୀତି ମୁତାବକ ପ୍ରଭୁ ଲିଙ୍ଗରାଜଙ୍କର ରାତି ପ୍ରାତଃ ୩ଟାରୁ ୩ଟା ୩୦: ମଙ୍ଗଳ ଆଳତି ଓ ଅବକାଶ ନୀତି ସମ୍ପାଦନ ହେବ । ଭୋର ୩ଟା ୩୦ରୁ ଦିବା ୧୧ଟା ଯାଏ ସାହାଣମେଲା ଦର୍ଶନ କରିବେ ଭକ୍ତ । ସକାଳ ୬ଟା ୩୦ରେ ରୋଷ ହୋମ । ଦିନ ୧୧ଟାରୁ ୧୨ଟା ଛାମୁ ପରିଷ୍କାର, ଦିନ ୧୨ଟାରୁ ମଧ୍ୟାହ୍ନ ୧୨ଟା ୪୫ ଯାଏ ମହାସ୍ନାନ ଓ ବେଶ ଅନୁଷ୍ଠିତ ହେବ । ଏହାପରେ ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ଶ୍ରୀଜିଉଙ୍କ ଓ ଠାକୁରାଣୀ ବଲ୍ଲଭ ଏବଂ ଶ୍ରୀଜିଉଙ୍କ ସକାଳ ଧୂପ ନୀତି ମଧ୍ୟାହ୍ନ ୧୨ଟା ୪୫ ରୁ ୨ଟା ୩୦ ଯାଏ ଅନୁଷ୍ଠିତ ହେବ। ଏହାପରେ ଶ୍ରୀଭୁବନେଶ୍ୱରୀଙ୍କ ସକାଳ ଧୂପ ମଧ୍ୟାହ୍ନ ୨ଟା ୩୦ରୁ ୨ଟା ୪୫ ମଧ୍ୟରେ ସମ୍ପନ୍ନ ହେବ । ଭୋଗମଣ୍ଡପ ନୀତି ୨ଟା ୪୫ରୁ ୩ଟା ୪୫ ମଧ୍ୟରେ, ସାହାଣ ମେଲା ଦର୍ଶନ ଅପରାହ୍ଣ ୩ଟା ୪୫ରୁ ୪ଟା ୪୫ ଯାଏ କରି ହେବ । 

Subscribe

National International State Sports Entertainment