ଭୁବନେଶ୍ୱର: ରାଜଧାନୀ ବୋମା ବିସ୍ପୋରଣରେ ୫ ଜଣ ଗୁରୁତର। ଭୁବନେଶ୍ୱର ସୁନ୍ଦରପଦା ନିୟୁ ଆଜାଦ୍ ନଗରରେ ଏହି ବୋମା ବିସ୍ଫୋରଣ ହୋଇଛି। ଘଟଣାସ୍ଥଳରେ ଦୁଇଟି ଅଗ୍ନିଶମ ଗାଡ଼ି ପହଞ୍ଚିବା ସହ ଭୁବନେଶ୍ୱର ଡିସିପି ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଛାତ ଉପରେ ବିସ୍ଫୋରଣ ଘଟିଛି। ବୋମା ଭିଡ଼ିବା ବେଳେ ବିସ୍ଫୋରଣ ହୋଇଥିବା ନେଇ ଫିଲ୍ଡ ଭିଜିଟ୍ ପରେ ପ୍ରତିକ୍ରିୟା ରଖିଛନ୍ତି ଭୁବନେଶ୍ୱର ଡିସିପି।
ତେବେ ଏହି ବୋମା ବିସ୍ଫୋରଣରେ ୫ଜଣ ଆହତ ହୋଇଥିବା ଜଣାପଡ଼ିଛି। ଆହତଙ୍କ ମଧ୍ୟରୁ ତିନିଜଣ ମହିଳା ରହିଛନ୍ତି। ଘଟଣା ସ୍ଥଳରେ ଏୟାରଫିଲ୍ଡ ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି। ଏଖବର ସ୍ଥାନୀୟ ଅଞ୍ଚଳରେ ଭୟ ସୃଷ୍ଟି କରିଛି। ଦିନକୁ ଦିନ ରାଜଧାନୀ ଭୁବନେଶ୍ୱର ଅଶାନ୍ତ ହୋଇପଡୁଛି। ଆହାତଙ୍କ ଭିତରେ ଜଣଙ୍କ ନାଁରେ ଅପରାଧିକ ମାମଲା ରହିଛି। ସେମାନଙ୍କ ଅପରାଧିକ ପୃଷ୍ଠଭୂମି ଦେଖିଲା ପରେ ଏପରି ଆଶଙ୍କା କରାଯାଉଥିବା ନେଇ କହିଛନ୍ତି ଡିସିପି।
ମୁଖ୍ୟ ଅଭିଯୁକ୍ତ ସେହନବାଜ ମଲିକ ନାଁରେ ରହିଛି ଏକାଧିକ ଅପରାଧିକ ମାମଲା। ନୟାପଲ୍ଲୀ, ମୈତ୍ରିବିହାର ଥାନା ଅଞ୍ଚଳରେ ଅପରାଧିକ ମାମଲା ରହିଛି। ହତ୍ୟା ଉଦ୍ୟମ ଓ ବିସ୍ଫୋରଣ ଘଟାଇବା ପରି ମାମଲା ରହିଥିବା ଡିସିପି କହିଛନ୍ତି। ମୁଖ୍ୟ ଅଭିଯୁକ୍ତ ସେହନବାଜ, ତାଙ୍କ ମାଆ, ବାନ୍ଧବୀ ଓ ସାଙ୍ଗ ଗୁରୁତର ଆହତ ହୋଇଛନ୍ତି। ୫ ମହଲା ବିଶିଷ୍ଟ କୋଠାରେ କିପରି ଭଡ଼ାରେ ରହି ଏହା ଚଳାଇଥିଲେ ତାହା ବର୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି। ବିସ୍ଫୋରଣରେ ପରେ ସେ ସ୍ଥାନରେ କ୍ଷୟକ୍ଷତି ହୋଇଥିବା ନେଇ ଜଣାପଡିଛି।
ଅଧିକ ପଢନ୍ତୁ: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଖବର; PUCC ନ ଥିଲେ ପେଟ୍ରୋଲ ମିଳିବନି ନିର୍ଦ୍ଦେଶ ହେଲା ପ୍ରତ୍ୟାହୃତ, ସରକାରଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ