ଭୁବନେଶ୍ୱର: ରାଜଧାନୀରେ ବୁଲିଲା ଖଣ୍ଡା। ରକ୍ତରେ ଭିଜିଲା ଏମ୍ସ ରୋଡ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଭୋର ସମୟରେ ଏମ୍ସ ରୋଡରେ ଜଣେ ଯୁବକଙ୍କୁ ଖଣ୍ଡାରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଦୁର୍ବୃତ୍ତଙ୍କ ଆକ୍ରମଣରେ ଯୁବକ ଜଣକ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି।
ସୂଚନା ଅନୁଯାୟୀ, ପାତ୍ରପଡ଼ା ଅଞ୍ଚଳର ଜଣେ ଯୁବକ ବଡ଼ି ଭୋରରୁ ଯାତ୍ରା ଦେଖି ଘରକୁ ଫେରୁଥିଲେ। ଏହି ସମୟରେ ଏମ୍ସ ରୋଡ ନିକଟରେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇ ହଠାତ୍ ଆକ୍ରମଣ କରିଥିଲେ। ଯୁବକ ଜଣକ ନିଜ ଜୀବନ ବଞ୍ଚାଇବାକୁ ଦୌଡ଼ିଥିଲେ ମଧ୍ୟ ଦୁର୍ବୃତ୍ତମାନେ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଥିଲେ। ପ୍ରାଥମିକ ତଦନ୍ତରୁ ଏହା ଏକ ପୂର୍ବ ଶତ୍ରୁତା ଜନିତ ଆକ୍ରମଣ ବୋଲି ଜଣାପଡ଼ିଛି। ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଆହତ ଯୁବକଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି। ଆକ୍ରମଣକାରୀ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ସେମାନଙ୍କୁ ଧରିବା ପାଇଁ ପୋଲିସ ଛାନଭିନ ଆରମ୍ଭ କରିଛି।