ଭୁବନେଶ୍ୱର: ଦେଶରେ ଏବେବି କୋଲକାତା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ନିଆଁ ଜଳୁଛି । ଚାରିଆଡ଼ୁ ଅଭିଯୁକ୍ତକୁ ଫାଶୀ ଦଣ୍ଡ ଦେବାକୁ ଦାବିରେ ଆନ୍ଦୋଳନ ଜାରି ରହିଛି । ଏହାରି ମଧ୍ୟରେ ରାଜଧାନୀ ଭୁବନେଶ୍ୱରରୁ ଆସି ଏକ ଲଜ୍ଜା ଘଟଣାର ଖବର । ଏକ ୪ ବର୍ଷର ଶିଶୁ କନ୍ୟାକୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି । ସେ ପୁଣି ପଡ଼ୋଶୀ ଯୁବକ । ଏ ନେଇ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି ।
ଭବନେଶ୍ୱର ଏୟାରପୋର୍ଟ ଥାନା ଅଞ୍ଚଳରେ ଏକ ବସ୍ତିରେ ଜଣେ ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଘର ପାଖର ୩୦ ବର୍ଷର ପଡ଼ୋଶୀ ଯୁବକ ଏହି ଲଜ୍ଜା ଜନକ ଘଟଣା ଘଟାଇଛି । ଏ ନେଇ ନାବାଳିକାର ପରିବାର ଲୋକ ଜାଣିବା ପରେ ଥାନାରେ ଅଭିଯୋଗ କରିଛନ୍ତି । ପୋଲିସ ଅଭିଯୁକ୍ତ ଯୁବକୁ ଅଟକ ରଖି ପଚରାଉଚରା କରୁଛି । ଏହା ସହିତ ନାବାଳିକାକୁ ଡାକ୍ତରୀମାଇନା ପାଇଁ ପଠାଯାଇଛି ।