ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ଅଧାରୁ ବିଦ୍ୟାଳୟ ଗୁଡ଼ିକ ବନ୍ଦ ହେବ । ଦିନ ଗୋଟାଏ ପରେ ଭୁବନେଶ୍ୱର ମହାନଗର ନିଗମ ଅଧିନରେ ଥିବା ସସସ୍ତ ସ୍କୁଲ ଛୁଟି ହୋଇଯିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ଗସ୍ତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।
ଏହି ସମୟରେ ଟ୍ରାଫିକ୍ କଟକଣା ରହିବ, ତେଣୁ ଛାତ୍ରଛାତ୍ରୀମାନେ ଯେପରି କୌଣସି ସମସ୍ୟାର ସମ୍ମୁଖୀନ ନ ହୁଅନ୍ତି ସେଥିପାଇଁ ଏହି ନିଷ୍ପତ୍ତି ହୋଇଛି ।
ଆଜିଠୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ସର୍ବଭାରତୀୟ ଡିଜିପି ସମ୍ମିଳନୀ । ତିନି ଦିନିଆ ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ, ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ ଡୋଭାଲ ଏହି କାର୍ଯ୍ୟକ୍ରମରେ ଯୋଗ ଦେବାରୁ କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ୪ଟା ୨୦ରେ ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିବେ ମୋଦୀ । ସାଢେ ୪ଟାରେ ବିମାନବନ୍ଦର ପାଖରେ ଏକ ସଭାରେ ଉଦବୋଧନ ଦେବା କାର୍ଯ୍ୟକ୍ରମ ରହିଛି । ସେଠାରୁ ସିଧାସଳଖ ରାଜଭବନ ଯିବେ ପ୍ରଧାନମନ୍ତ୍ରୀ ।
ଏହି ସମ୍ମିଳନୀରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଡିଜିପିଙ୍କ ସମେତ ପ୍ରାୟ ୯୦ ଡିଜି ରାଙ୍କର ଅଧିକାରୀ ଯୋଗ ଦେବେ । ଆୟୋଜିତ ଏହି ସମ୍ମିଳନୀରେ ୩୦ଟି ପ୍ରସଙ୍ଗକୁ ନେଇ ପ୍ରଧାନମନ୍ତ୍ରୀ ଆଲୋଚନା କରିବେ ।
ତେବେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ପୁରା ସହରରେ ୭୦ ପ୍ଲାଟୁନରୁ ଊର୍ଦ୍ଧ୍ଵ ଫୋର୍ସ ମୁତୟନ ହୋଇଛନ୍ତି । ଏହା ସହିତ ରାଜ୍ୟ ପୋଲିସ, ସଶସ୍ତ୍ର ବାହିନୀ ଓ କେନ୍ଦ୍ରୀୟ ସଶସ୍ତ୍ର ବଳ ମୁତୟନ ହେବେ ।