ଖବର ଓଡିଶା : 17/03/2023
ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଅନ୍ତର୍ଗତ ଚୌରା ଗାଁରେ ଅଭାବନୀୟ ଘଟଣା | ପୋଖରୀରେ ବୁଡ଼ି ୨ ନାବାଳକଙ୍କ ମୃତ୍ୟୁ ଘଟିଛି। ଗାଧୋଇବା ବେଳେ ଉଭୟ ପୋଖରୀରେ ବୁଡ଼ି ଯାଇଥିଲେ। ପରିବାର ଲୋକେ ଉଭୟଙ୍କୁ ମେଡିକାଲ ନେଇ ଯାଇଥିବା ବେଳେ ସେଠାରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ମୃତକଙ୍କ ମଧ୍ୟରୁ ଜଣଙ୍କର ବୟସ ୭ ଓ ଅନ୍ୟଜଣଙ୍କର ୯ ବର୍ଷ ବୟସ ହେବ ବୋଲି ଜଣାପଡ଼ିଛି। ଏହି ଦୁଃଖଦ ଘଟଣାପରେ ଗାଁରେ ଶୋକାକୂଳ ପରିବେଶ ଦେଖାଦେଇଛି।