ନବ ଦାସ ହତ୍ୟାକାଣ୍ଡ : ଆଜି ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ
Khabar Odisha:Naba-Das-murder-case-Crime-branch-may-submit-the-charge-sheet-today
ଖବର ଓଡିଶା : 25/05/2023

ନବ ଦାସ ହତ୍ୟା ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ । ଝାରସୁଗୁଡ଼ା ସ୍ଥିତ ଜେଏମଏଫସି କୋର୍ଟରେ ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ । ତେବେ ନବ ଦାସ ହତ୍ୟାକାଣ୍ଡକୁ ନେଇ ଚାର୍ଜସିଟରେ କି ତଥ୍ୟ ଉଲ୍ଲେଖ କରିପାରେ କ୍ରାଇମବ୍ରାଞ୍ଚ ? ତାକୁ ନେଇ ଏବେ ନାନା ପ୍ରଶ୍ନ ଉଠୁଛି। ସେପଟେ ମାମଲାର ମୁଖ୍ୟ ଅଭିଯୁକ୍ତ ପୋଲିସ ଏଏସ୍ଆଇ ଗୋପାଳକୃଷ୍ଣ ଦାସଙ୍କୁ ଦୋଷୀ ସାବ୍ୟସ୍ତ କରିବା ପାଇଁ କ୍ରାଇମବ୍ରାଞ୍ଚ ସମସ୍ତ ପ୍ରକାର ସାଇଣ୍ଟିଫିକ୍ ତଥା ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନକୁ ଭିତ୍ତିକରି ଅଭିଯୋଗ ଫର୍ଦ୍ଦ ପ୍ରସ୍ତୁତ ହୋଇଥିବା ଜଣାପଡ଼ିଛି ।

ସୂଚନା ଅନୁଯାୟୀ, ଗତ ଜାନୁଆରି ୨୯ ତାରିଖରେ ବ୍ରଜରାଜନଗର ଗାନ୍ଧି ଛକରେ ନବ ଦାସଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ସର୍ବସମ୍ମୁଖରେ ଏଏସଆଇ ଗୋପାଳ ଦାସ ତାଙ୍କୁ ଗୁଳି କରି ହତ୍ୟା କରିଥିଲେ । ଅଭିଯୁକ୍ତ ଗୋପାଳକୁ ଘଟଣାସ୍ଥଳରୁ ପିସ୍ତଲ ସହ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଥିଲା । ଗୋପାଳର ଗୁଜରାଟ ଗାନ୍ଧୀନଗର ସ୍ଥିତ ଫରେନସିକ୍ ଲ୍ୟାବ୍ରେ ପଲିଗ୍ରାଫ୍ ଓ ନାର୍କୋ ଟେଷ୍ଟ କରାଯାଇଥିଲା । 

Subscribe

National International State Sports Entertainment