ଭୁବନେଶ୍ୱର: ରାଜ୍ୟରେ ଅପରାଧିକ ମାମଲା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଗୃହରେ ଉତ୍ତର ରଖିଛନ୍ତି । ଜାନୁଆରୀ ଥିଲା ଅପରାଧର ମାସ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ବିଧାୟକ ଓମ ପ୍ରକାଶ ମିଶ୍ରଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉତ୍ତର ରଖି କହିଛନ୍ତି, ଜାନୁଆରୀ ମାସରେ ୧୧୧ଟି ହତ୍ୟା ମାମଲା ହୋଇଥିଲାବେଳେ ୨୦ ଡକାୟତି, ୧୦୫୦୯ ଚୋରି, ୧୦୧ ଦଙ୍ଗା, ୧୯୪ ସାଇବର ଅପରାଧ, ୬୫୫ ଅସଦାଚରଣ, ୭୯ ଯୌନ ନିର୍ଯାତନା, ସର୍ବସାଧାରଣରେ ୧୪୯ ମହିଳାଙ୍କୁ ଅସଦାଚରଣ, ୧୧ ଅଶ୍ଳୀଳ ଭିଡିଓ ଉତ୍ତୋଳନ ଓ ୩୧ ଜଣ ମହିଳାଙ୍କୁ ହଇରାଣ କରିବା ମାମଲା ରୁଜୁ ହୋଇଛି । ସେହିପରି ୨୦୨୪ରେ ମୋଟ ୧୨୫୮ଟି ହତ୍ୟା ହୋଇଥିବାବେଳେ ୩୫୬ ଡକାୟତି, ୧୭୮୦୫ ଚୋରି, ୧୪୭୧ ଦଙ୍ଗା, ୨୫୦୧ ସାଇବର ଅପରାଧ, ୭୨୯୯ ଅସଦାଚରଣ, ୧୦୮୨ ଯୌନ ନିର୍ଯାତନା, ୧୮୩୯ ସର୍ବସାଧାରଣରେ ମହିଳାଙ୍କୁ ଅସଦାଚରଣ, ୧୧୧ ଅଶ୍ଳୀଳ ଭିଡିଓ ଉତ୍ତୋଳନ ଓ ୩୬୫ଟି ମହିଳାଙ୍କୁ ହଇରାଣ କରିବା ମାମଲା ରୁଜୁ ହୋଇଛି ।