ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ ଜଙ୍ଗଲରୁ ମିଳିଛି ସେମାନଙ୍କ ଅର୍ଦ୍ଧଦଗ୍ଧ ମୃତଦେହ । ମୃତକ ୨ ଭାଇ ହେଉଛନ୍ତି ସୁମୁଣ୍ଡଳ ଗାଁର ସଞ୍ଜୟ ବାରିକ ଓ ଅଜୟ ବାରିକ ।
ଏହି ହତ୍ୟାକାଣ୍ଡ ଜିଲ୍ଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୋଲିସ ଘଟଣାସ୍ଥଳରୁ ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି । ଦୁଇ ଭାଇ ଅନେକ ଅପରାଧିକ ମାମଲାରେ ଲିପ୍ତ ଥିବାରୁ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି । ଦୁଇ ଭାଇଙ୍କ ମୁହଁକୁ ପୋଡ଼ି ଦିଆଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ।