ବିଜେପି ବିଧାୟକ ପ୍ରାର୍ଥୀଙ୍କ ଭଣଜାଙ୍କୁ ମରାଣାନ୍ତକ ଆକ୍ରମଣ
Khabar Odisha:politics-odisha-opposition-party-workers-attack-on-nephew-of-BJP-mla-candidate
ଗଞ୍ଜାମ, ଅପ୍ରେଲ ୧୧ (ଖବର ଓଡ଼ିଶା):

ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ନିର୍ବାଚନୀ ହିଂସା ଦେଖାଦେଇଛି । ବିଜେପି ବିଧାୟକ ପ୍ରାର୍ଥୀ ପ୍ରଦ୍ୟୁମ୍ନ ନାୟକଙ୍କ ଭଣଜାଙ୍କୁ ଦୁର୍ବୃତ୍ତମାନେ ଆକ୍ରମଣ କରିଛନ୍ତି । ତାଙ୍କ ନାଁ ଅଜିତ ପ୍ରଧାନ। ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଛି । ଅଜିତଙ୍କୁ ପ୍ରଥମେ ଭଞ୍ଜନଗର ଡାକ୍ତରଖାନା ଓ ପରେ ବ୍ରହ୍ମପୁର ଏମ୍‌କେସିଜିକୁ ସ୍ଥାନାନ୍ତର କରାଯାଇଛି।

ଗତକାଲି କୁଲାଡ଼ାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କାର୍ଯ୍ୟକ୍ରମ ଥିଲା । ଏହାକୁ ନେଇ ବିଜେପି ଓ ବିଜେଡି କର୍ମୀଙ୍କ ମଧ୍ୟରେ ବଚସା ହୋଇଥିଲା । ସେହି ଘଟଣାକୁ କେନ୍ଦ୍ର କରି ରାତିରେ କିଛି ଦୁର୍ବୃତ୍ତମାନେ ତୁରୁମୁ ଗାଁରେ ଅଜିତଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଅଜିତଙ୍କୁ ପ୍ରଥମେ ଭଞ୍ଜନଗର ଡାକ୍ତରଖାନା ଓ ପରେ ବ୍ରହ୍ମପୁର ଏମ୍‌କେସିଜିକୁ ସ୍ଥାନାନ୍ତର କରାଯାଇଛି।

ବିଜେଡି ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖଙ୍କର ଏଥିରେ ସମ୍ପୃକ୍ତି ରହିଥିବା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଦ୍ୟୁମ୍ନ ନାୟକ ଅଭିଯୋଗ କରିଛନ୍ତି । ବିକ୍ରମଙ୍କ ନିର୍ଦ୍ଦେଶରେ କୁଡୁମ୍ ଗାଁର ସରପଞ୍ଚ ଟୁଟୁ ପ୍ରଧାନ ଆକ୍ରମଣ କରିଛନ୍ତି ବୋଲି ସେ କହିଛନ୍ତି । ଏନେଇ ଭଞ୍ଜନଗର ଥାନାରେ ଉଭୟ ପକ୍ଷରୁ ଏତଲା ଦିଆଯାଇଛି ।

  • Tags:

Subscribe

National International State Sports Entertainment