ସମ୍ବଲପୁର: ପଶ୍ଚିମ ଓଡ଼ିଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ସମ୍ବଲପୁରରେ ସିଏମ କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରବିବାର ସମ୍ବଲପୁର ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଉପସ୍ଥିତିରେ ସିଏମ କିଷାନ୍ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ଚାଷୀଙ୍କ ଆକାଉଣ୍ଟକୁ ଯାଇଛି ଯୋଜନାର ପ୍ରଥମ କିସ୍ତି ଟଙ୍କା । ଏହି ଯୋଜନା ଦ୍ବାରା ରାଜ୍ୟର ୬୪ଲକ୍ଷ ଚାଷୀ ଉପକୃତ ହେବେ । ଏ ନେଇ ୯୨୫ କୋଟି ଟଙ୍କା ବ୍ୟୟବରାଦ ହୋଇଛି।
ପଶ୍ଚିମ ଓଡ଼ିଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁରରେ ସିଏମ କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି ଚାଷୀଙ୍କ ଆକାଉଣ୍ଟକୁ ଯାଇଛି ଯୋଜନାର ପ୍ରଥମ କିସ୍ତି ଟଙ୍କା । ଏହି ଯୋଜନା ଦ୍ବାରା ରାଜ୍ୟର ୪୫ଲକ୍ଷ ୭୬ହଜାର ୫୨୪ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ୧୯ଲକ୍ଷ ୧୨ହଜାର ୧୨୨ଜଣ ଭୂମିହୀନ ଚାଷୀ ଲାଭାନ୍ବିତ ହେବେ । ଏଥି ସହ ଭୂମିହୀନ ଚାଷୀଙ୍କୁ ୩ଟି କିସ୍ତିରେ ୧୨ହଜାର ୫୦୦ଟଙ୍କା ମିଳିବ । ସିଏମ କିଷାନ ଯୋଜନାରେ ପ୍ରଥମ କିସ୍ତିରେ ୯୨୫ କୋଟି ଟଙ୍କା ବ୍ୟୟବରାଦ ହୋଇଛି।