ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ୧୪୯ ନଂ ଜାତୀୟ ରାଜପଥର ସରାଙ୍ଗ ଗାଁ ସ୍ଥିତ ଆଇଜିଆଇଟି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଟ୍ରକ ଧକ୍କାରେ ଦୁଇଜଣ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରୁ ଜଣଙ୍କର ପରିଚୟ ମିଳିଥିବା ବେଳେ ଅନ୍ୟ ଜଣଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଗୁରୁତର ବାଇକ ଆରୋହୀ ଜଣଙ୍କ ତାଳଚେର ଷଣ୍ଢ ଗାଁର ହରି ନାଏକ। ଉଭୟ ଗୁରୁତରଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ତାଳଚେର ମଣ୍ଡାପାଳ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ଉଭୟଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି। ସେପଟେ ଦୁର୍ଘଟଣା ଘଟାଇବା ପରେ ଟ୍ରକଟି ଫେରାର ହୋଇଯାଇଛି।