ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ବାଉଁଶପାଳ ଛକ ନିକଟରେ ଟ୍ରକ ଧକ୍କାରେ ଜଣେ ଆମ୍ବୁଲାନ୍ସ ଡ୍ରାଇଭରଙ୍କର ମୃତ୍ୟୁ ଘଟିଛି। ଅନ୍ୟ ଜଣେ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ମୃତକ ଆମ୍ବୁଲାନ୍ସ ଡ୍ରାଇଭର ଜଣଙ୍କ ବାଙ୍ଗୁରା ଗାଁର ଆଲୋକ ନାଏକ। ଗୁରୁତର ଜଣଙ୍କ ସେହି ଗାଁର ଦୀନବନ୍ଧୁ ନାଏକ। ଉଭୟେ ଏକ ବାଇକ ଯୋଗେ କାମାକ୍ଷାନଗରରୁ ଘରକୁ ଫେରୁଥିବା ବେଳେ ଘଟିଛି ଦୁର୍ଘଟଣା। ଆଲୋକ ୧୦୮ ଆମ୍ବୁଲାନ୍ସରେ ଡ୍ରାଇଭର ଭାବେ କାର୍ଯ୍ୟ କରି ଆସୁଥିଲେ। ଉଭୟେଙ୍କୁ ଗୁରୁତର ଅବସ୍ଥାରେ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ଆଲୋକଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଦୀନବନ୍ଧୁଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ତାଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ସେପଟେ ମୃତ ଦେହ ଉଦ୍ଧାର କରି ଅଧିକ ତଦନ୍ତ ଆରମ୍ଭ କରି ଦେଇଛି କାମାକ୍ଷାନଗର ପୋଲିସ।