ମାଲକାନଗିରିରେ ୪ ଓ ଗଞ୍ଜାମ ଆର୍ଯ୍ୟପଲୀରେ ୨ଜଣଙ୍କର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ ସହ ସହାୟତା ଘୋଷଣା କରିଛନ୍ତି। ୬ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ସୂଚନା ଅନୁସାରେ, ଗତକାଲି ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷୟକ୍ଷତି ସହିତ ଦୁଇଟି ଭିନ୍ନ ଭିନ୍ନ ଦୁର୍ଘଟଣାରେ ଚାରି ଜଣଙ୍କ ମୃତ୍ୟୁ ହୋଇଛି । ନିର୍ମାଣାଧୀନ ଏୟାରଷ୍ଟ୍ରିପ୍ର ପାଚେରୀ ଭାଙ୍ଗିଯିବା ଫଳରେ ସେଠାରେ କାର୍ଯ୍ୟରତ ୩ ଜଣ ଶ୍ରମିକ ଗୁରୁତର ହୋଇଯାଇଥିଲେ l ସେମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ସେଠାରେ ୨ଜଣଙ୍କର ମୃତ୍ୟୁ ହୋଇଛି l ସେହିପରି ମାଲକାନଗିରି ସହର ନିକଟସ୍ଥ ସତୀଗୁଡ଼ା ଜଳଭଣ୍ଡାରରେ ୨ଟି ଡଙ୍ଗା ବୁଡ଼ିଯାଇଥିବାରୁ ୨ ଜଣ ମତ୍ସଜୀବୀ ପ୍ରାଣ ହରାଇଛନ୍ତି। ସେହିପରି ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକରେ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳରେ ଗାଧୋଇବା ବେଳେ ଦୁଇଜଣ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହିତ ସେମାନଙ୍କ ପରିବାରକୁ ଚାରି ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି ।