ବାହାନାଗl ଟ୍ରେନ୍ ଦୁର୍ଘଟଣାକୁ ନେଇ ସାରା ଦେଶ ଏବେ ମର୍ମାହତ । ସମୟ ଗଡିବା ସହ ବଢିବାରେ ଲାଗିଛି ମୃତ୍ୟୁ ସଂଖ୍ୟା । ପରିବାର ପରିଜନ ନିଜ ଲୋକଙ୍କୁ ଏବେ ବି ଖୋଜି ହେଉଛନ୍ତି । ସବୁଆଡେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ଏଯାବତ ମୃତ୍ୟୁ ସଂଖ୍ୟା ୨୩୮ରେ ପହଞ୍ଚିଥିବା ବେଳେ ଆହତଙ୍କ ସଂଖ୍ୟା ୧୦୦୦ରେ ପହଞ୍ଚିଛି l ତେଣୁ ଏହାକୁ ଦୃଷ୍ଟିରେ ରଖି ଦିନିକିଆ ଶୋକ ଘୋଷଣା କରିଛନ୍ତି ରାଜ୍ୟ ସରକାର l
ଆଜି ପାଇଁ ଅର୍ଦ୍ଧନମିତ ରହିବ ଜାତୀୟ ପତାକା । ବାହାନଗା ରେଳ ଦୁର୍ଘଟଣା ପାଇଁ ଅର୍ଦ୍ଧନମିତ ରହିବ ଜାତୀୟ ପତାକା । ଦିନିକିଆ ଶୋକ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏହାସହିତ କୌଣସି ସରକାରୀ ଉତ୍ସବ ପାଳନ ହେବନି ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି ।