ଜଳେଶ୍ବର: ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ଅନ୍ତର୍ଗତ ଅଗ୍ରୱାଲା ଛକ ଚନ୍ଦନା ନିକଟରେ ଘଟିଯାଇଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁଇଟି ବାଇକ ପରସ୍ପରକୁ ଧକ୍କା ଦେବା ଫଳରେ, ଘଟଣା ସ୍ଥଳରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି । ଏହା ସହିତ ଅନ୍ୟ ଦୁଇ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ସ୍ଥାନୀୟ ଲୋକେ ଦୁଇ ଗୁରୁତର ମାନଙ୍କୁ ଉଦ୍ଧାର କରି ଜଳେଶ୍ବର ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ମାତ୍ର ଅବସ୍ଥା ସଙ୍କଟାପନ୍ନ ହେବାରୁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । ଘଟଣା ସ୍ଥଳରେ ଜଳେଶ୍ବର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ ।
ଆଗକୁ ପଢନ୍ତୁ : ତାଳଦଣ୍ଡା କେନାଲ ନିକଟସ୍ଥ ବିଦ୍ୟୁତଖୁଣ୍ଟରୁ ଝୁଲନ୍ତା ମୃତ ଦେହ ଉଦ୍ଧାର