ପୁରୀ: ଆଉ କିଛି ସମୟ ପରେ ଆଇସିସି ଚାମ୍ପିଅନ୍ସ ଟ୍ରଫିର ମେଗା ଫାଇନାଲ୍ରେ ଭାରତ-ନ୍ୟୁଜିଲାଣ୍ଡ ମୁହାଁମୁହିଁ ହେବେ । ଦୁଇ ସନ୍ତୁଳିତ ଓ ଦୃଢ଼ ମାନସିକ ଦକ୍ଷତାଧାରୀ ଦଳ ପରସ୍ପରକୁ କଡ଼ା ଟକ୍କର ଦେଇ ଟ୍ରଫି ଜିତିବାକୁ ଜୋରଦାର୍ ଲଢ଼େଇ କରିବେ। ଏହି ପ୍ରତୀକ୍ଷିତ ଫାଇନାଲ୍ ଲଢ଼େଇ ପାଇଁ ଉଭୟ ଦଳ ସବୁପ୍ରକାର ପ୍ରସ୍ତୁତି କରିସାରିଛନ୍ତି। ଅପରାହ୍ଣ ୨ଟା ୩୦ରୁ ଆରମ୍ଭ ହେବାକୁ ଥିବା ଏହି ମହାସଂଗ୍ରାମକୁ ଦୁଇ ଦେଶର ସମର୍ଥକ ଓ ସାରାବିଶ୍ଵର କ୍ରିକେଟ୍ପ୍ରେମୀ ବି ଚାତକ ଭଳି ଚାହିଁ ବସିଛନ୍ତି । ଭାରତ ସହ ଚିର ପ୍ରତିଦ୍ଵନ୍ଦୀ ପାକିସ୍ତାନର ଏହି ମ୍ୟାଚ୍କୁ ନେଇ ପ୍ରବଳ ଉତ୍ସାହ ପରିଲକ୍ଷିତ ହେଉଛି । ଭାରତ ଫାଇନାଲ୍ ଯିବା ପରେ ପୂର୍ବନିଷ୍ପତ୍ତି ଅନୁସାରେ ଚାମ୍ପିଅନ୍ସ ଟ୍ରଫି ଫାଇନାଲ୍ ଦୁବାଇରେ ଖେଳାଯାଉଛି । ତେବେ ଏକମାତ୍ର ଦଳ ଭାବେ ପୂରା ପ୍ରତିଯୋଗିତାରେ ଅପରାଜେୟ ରହିଥିବା ଟିମ୍ ଇଣ୍ଡିଆ ସୁପର୍ ସଣ୍ଡେରେ ସୁପର୍ ବିଜୟ ହାସଲ କରି ୧୨ବର୍ଷ ପରେ ପୁନର୍ବାର ଚାମ୍ପିଅନ୍ସ ଟ୍ରଫି ଜିତିବ ବୋଲି ଭାରତୀୟ ପ୍ରଶଂସକ ଦୃଢ଼ ଆଶା ପୋଷଣ କରିଛନ୍ତି ।ଏହି ମ୍ୟାଚ୍ ପାଇଁ ଉତ୍ସାହିତ ଥିବା ଭାରତୀୟ ପ୍ରଶଂସକ ପୁରୀର ସେବାୟତ ମାନଙ୍କ ପକ୍ଷରୁ ମହାପ୍ରଭୁଙ୍କ ନିକଟରେ ଦୀପ ଜଳାଇ ଭାରତର ବିଜୟ ନିମନ୍ତେ ପ୍ରାର୍ଥନା କରିଛନ୍ତି ।