ଖବର ଓଡିଶା : 18/05/2023
ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । କଟକ ବୋର୍ଡ କାର୍ଯ୍ୟାଳୟ ପକ୍ଷରୁ ରେଜଲ୍ଟ ପ୍ରକାଶ ପାଇଛି। ସକାଳ ୧୦ଟାରେ କଟକ ବୋର୍ଡ କାର୍ଯ୍ୟାଳୟରେ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଆନୁଷ୍ଠାନିକ ଭାବେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି । ଚଳିତ ବର୍ଷ ପାସ୍ ହାର ୯୬.୪୦% ରହିଛି। ମଧ୍ୟାହ୍ନ ୧୨ଟା ସୁଦ୍ଧା ବୋର୍ଡ ୱେବ୍ ସାଇଟରେ ରେଜଲ୍ଟ ଉପଲବ୍ଧ ହେବ। ପରିକ୍ଷାର୍ଥୀମାନେ www. bseodisha.ac.in ସାଇଟରେ ନିଜ ରେଜଲ୍ଟ ପାଇପାରିବେ। ଏହାବାଦ SMS ମାଧ୍ୟମରେ ବି ପରୀକ୍ଷାର୍ଥୀମାନେ ଫଳାଫଳ ଜାଣିପାରିବେ। ପରୀକ୍ଷାର୍ଥୀ ନିଜ ମୋବାଇଲରୁ OR10<ROLL NO> ଟାଇପ୍ କରି ୫୬୭୬୭୫୦ ନମ୍ବରକୁ ପଠାଇ ଫଳାଫଳ ଜାଣିପାରିବେ । ତେବେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଚଳିତବର୍ଷ ଅଧିକ । ଏଥର ୯୭.୦୫ ପ୍ରତିଶତ ଛାତ୍ରୀଙ୍କର ରହିଛି ପାସ୍ ହାର । ଏପଟେ ଛାତ୍ରଙ୍କ ପାସ୍ ଅଛି ୯୫.୭୫ ପ୍ରତିଶତ । ତେବେ ମୋଟ୍ ୫ଲକ୍ଷ ୧୬ ହଜାର ୪୨୬ ଜଣ ପିଲା ପାସ୍ କରିଛନ୍ତି । କଟକ-ଜଗତସିଂହପୁରରେ ମାଟ୍ରିକ୍ ରେଜଲ୍ଟ ପାସ୍ ହାର ସର୍ବାଧିକ ୯୭.୯୯ ପ୍ରତିଶତ ରହିଥିବାବେଳେ ମାଲକାନଗିରିରେ ସର୍ବନିମ୍ନ ୯୨.୬୮ ପ୍ରତିଶତ ପାସ୍ ହାର ରହିଛି ।