ଖବର ଓଡିଶା : 16/05/2023
ଆସନ୍ତା ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ୧୮ ତାରିଖ ଦିନ ୧୦ଟା ବେଳେ ରେଜଲ୍ଟ ପ୍ରକାଶ ପାଇବ ବୋଲି କଟକ ବୋର୍ଡ ଅଫିସ୍ ପକ୍ଷରୁ ସୂଚନା ଦିଆଯାଇଛି । ମାଟ୍ରିକ୍ ସହିତ ସଂସ୍କୃତ ମଧ୍ୟମା ଏବଂ ଷ୍ଟେଟ ଓପନ ସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ । ଦିନ ୧୨ଟା ସୁଦ୍ଧା ଛାତ୍ରଛାତ୍ରୀ ସେମାନଙ୍କର ରେଜଲ୍ଟ ଜାଣିପାରିବେ । ଚଳିତ ବର୍ଷ ମାର୍ଚ୍ଚ ୧୦ରୁ ୨୦ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା (ସମ୍ମେଟିଭ ୨ ପରୀକ୍ଷା) ହୋଇଥିଲା। ୫ ଲକ୍ଷ ୪୧ହଜାର ୨୪୭ ଜଣ ଛାତ୍ରଛାତ୍ରୀ ୩୨୧୮ଟି କେନ୍ଦ୍ରରେ ପରୀକ୍ଷା ଦେଇଥିଲେ। ରାଜ୍ୟରେ ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷାର୍ଥୀଙ୍କ ଉତ୍ତର ଖାତାର ମୂଲ୍ୟାୟନ ଏପ୍ରିଲ ୩ ତାରିଖରୁ ଆରମ୍ଭ ହୋଇ ୧୨ ଦିନ ପର୍ଯ୍ୟନ୍ତ ଚାଲିଥିଲା ।