ପ୍ରକାଶ ପାଇଲା CBSE ଦ୍ବାଦଶ ଶ୍ରେଣୀ ରେଜଲ୍ଟ : ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ ହାର ଅଧିକ Khabar Odisha:13/05/2024: Share story: ସିବିଏସସି(CBSE) ଦ୍ବାଦଶ ଶ୍ରେଣୀ ରେଜଲ୍ଟ ପ୍ରକାଶ ପାଇଛି । ଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ପାସ ହାର ଅଧିକ ରହିଛି । ଚଳିତବର୍ଷ ୮୭. ୯୮ ପ୍ରତିଶତ ଛାତ୍ରଛାତ୍ରୀ ପରୀକ୍ଷାରେ ପାସ କରିଥିବା ବେଳେ ଗତ ବର୍ଷ ଅପେକ୍ଷା ପାସ ହାର ୦.୬୫ ପ୍ରତିଶତ ବୃଦ୍ଧି ପାଇଛି । ଏଥର ମଧ୍ୟ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ ହାର ଅଧିକ ରହିଛି । ଛାତ୍ରୀଙ୍କ ପାସହାର ୯୧.୫୨ ପ୍ରତିଶତ ଥିବା ବେଳେଛାତ୍ରଙ୍କ ପାସ ହାର ୮୫.୧୨ ରହିଛି । ସୂଚନା ଅନୁଯାୟୀ ଛାତ୍ରଛାତ୍ରୀ ଓ ଅଭିଭାବକମାନେ results.cbse.nic.in, cbse.gov.in କିମ୍ବା cbseresults.nic.in ୱେବ୍ସାଇଟ୍ରୁ ନିଜର ରେଜଲ୍ଟ ଦେଖିପାରିବେ । ଏଥିସହ UMANG ଆପ୍, digilocker.gov.in, ପାରିକ୍ସା ସଙ୍ଗମ୍ ପୋର୍ଟାଲ୍ ଏବଂ SMS ସୁବିଧା ମାଧ୍ୟମରେରେ ମଧ୍ୟ ରେଜଲ୍ଟ ଉପଲ୍ଲବ୍ଧ ରହିଛି । CBSE Result India Smitanjali Routray, Author, 13/05/2024