ଖବର ଓଡିଶା : 06/03/2023
ଆସନ୍ତା ମାର୍ଚ୍ଚ ୧୦ରୁ ୧୭ ଯାଏ ହେବ ମାଟ୍ରିକ ପରୀକ୍ଷା। ମାଟ୍ରିକ ପରୀକ୍ଷାରେ କପି ରୋକିବାକୁ ସ୍ୱତନ୍ତ୍ର ସ୍କ୍ୱାର୍ଡ ଗଠନ କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ପରୀକ୍ଷା ସେଣ୍ଟର ଗୁଡ଼ିକୁ ସ୍କ୍ୱାର୍ଡ ଅଚାନକ ଗସ୍ତ କରିବେ। ଯାହାର ଗତିବିଧି ସମ୍ପର୍କରେ କେହି ଜାଣି ନଥିବେ। ସେହିପରି ପରୀକ୍ଷାରେ ସ୍ୱଚ୍ଛତା ରକ୍ଷା ନିମନ୍ତେ ଅଧିକାଂଶ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ସିସିଟିଭି ଲଗାଯିବ। ଏନେଇ ଆଜି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ସେ କହିଛନ୍ତି, ଆସନ୍ତା ମାର୍ଚ୍ଚ ୧୦ରୁ ମାଟ୍ରିକ ପରୀକ୍ଷା। ତେଣୁ ଏବେଠାରୁ ପ୍ରଶ୍ନପତ୍ର ପ୍ରତିଜିଲ୍ଲାର ହବରେ ପହଞ୍ଚି ସାରିଛି। ହବ୍କୁ ପରୀକ୍ଷା ସେଣ୍ଟର ଯାଏ ପ୍ରଶ୍ନପତ୍ର ନେବାକୁ ସ୍ୱତନ୍ତ୍ର ଲୋକଙ୍କୁ ଦାୟିତ୍ୱ ଦିଆଯାଇଛି । ଶୃଙ୍ଖଳା ସହ ପରୀକ୍ଷା ହେବ ବୋଲି କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ। ଜିଲ୍ଲା ପ୍ରଶାସନ ସହ ବି ସହଯୋଗ ପାଇଁ ଆଲୋଚନା ହୋଇଛି। ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ । ଗ୍ରୀଷ୍ମର ପ୍ରକୋପକୁ ଦୃଷ୍ଟିରେ ରଖି ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଶୃଙ୍ଖଳା ସହ ପରୀକ୍ଷା ହେବ। ଏହା ଶେଷ ପରୀକ୍ଷା ନୁହେଁ, ବରଂ ପିଲାମାନଙ୍କ ପ୍ରଥମ ପରୀକ୍ଷା। ତେଣୁ ଛାତ୍ରଛାତ୍ରୀମାନେ ଚାପମୁକ୍ତ ହୋଇ ପରୀକ୍ଷା ଦିଅନ୍ତୁ ବୋଲି ଶ୍ରୀ ଦାଶ କହିଛନ୍ତି।