ଆସନ୍ତାକାଲି ମାଟ୍ରିକ ପରୀକ୍ଷା, ଘଣ୍ଟାଏ ପୂର୍ବ ପହଞ୍ଚିବ ପ୍ରଶ୍ନପତ୍ର
Khabar Odisha:Matric-exam-will-be-start-from-tomorrow
ଖବର ଓଡିଶା : 09/03/2023

ଆସନ୍ତାକାଲିଠୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେଉଛି। କାଲିଠାରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୧୭ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ଚଳିତବର୍ଷ ପରୀକ୍ଷା ଦେଉଛନ୍ତି ୫ ଲକ୍ଷ ଏକ ୪୦ ହଜାର ୨୪୭ ଜଣ । ୩୨୧୮ ପରୀକ୍ଷା କେନ୍ଦ୍ରରେ ହେବ ପରୀକ୍ଷା । ୩୧୬ଟି ନୋଡାଲ ସେଣ୍ଟର ରହିଥିବାବେଳେ ୨୨ଟି ପୁଲିସ ଷ୍ଟେସନ ରହିଛି। ମାଓ ଅଧୁଷିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଛି। କନ୍ଧମାଳରେ ୭ ଟି, କୋରାପୁଟରେ ୫ ଓ ମାଲକାନାଗିରିରେ ୧୦ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଛି। ତେବେ ସ୍କୁଲର ୧୦ କିମି ଭିତରେ ସବୁ ସେଣ୍ଟର କରାଯାଇଛି ବୋଲି ବୋର୍ଡ଼ ପକ୍ଷରୁ କୁହାଯାଇଛି। ସେହିଭଳି ମଧମା ପାଇଁ ୨୯୧୪ଜଣ ପରୀକ୍ଷାର୍ଥୀଙ୍କ ପାଇଁ ୧୦୮ ଟି କେନ୍ଦ୍ରରେ ପରୀକ୍ଷା ଦେବାକୁ ବ୍ୟବସ୍ଥା ହୋଇଛି। ଓପନ ସ୍କୁଲ ପରୀକ୍ଷାରେ ୭୧୮୧ ପରୀକ୍ଷାର୍ଥୀ ୧୪୬ଟି ସେଣ୍ଟରରେ ପରୀକ୍ଷା ଦେବେ। ସମେଟିଭ ୧ ରେ ପରୀକ୍ଷା କେନ୍ଦ୍ର ଯେଉଁଠି ଥିଲା ସମେଟିଭ ୨ ପରୀକ୍ଷା ସେହି କେନ୍ଦ୍ରରେ ହେବ। ସମସ୍ତ ଡିଓମାନଙ୍କୁ ତାଲିମ ଦିଆଯାଇଛି। ଏହାସହ ସମସ୍ତ ସେଣ୍ଟର ସୁପରିଣ୍ଡେଣ୍ଟମାନଙ୍କୁ ସଜାଗ ରହିବାକୁ ନିର୍ଦେଶ ଦିଆଯାଇଛି।  ବୋର୍ଡ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ପ୍ରଥମ ପରୀକ୍ଷା ଦିନ ପରୀକ୍ଷାର୍ଥୀମାନେ ପରୀକ୍ଷା କେନ୍ଦ୍ରରେ ପରୀକ୍ଷାର ଏକ ଘଣ୍ଟା ପୂର୍ବରୁ ପହଞ୍ଚିବେ । ପରୀକ୍ଷାର୍ଥୀମାନେ ପରୀକ୍ଷା କେନ୍ଦ୍ରକୁ ଯିବା ବେଳେ ସାଙ୍ଗରେ ଆଡମାଟ୍‌ କାର୍ଡ, ବ୍ଲ୍ୟୁ ଓ ବ୍ଲାକ୍ ପେନ୍, ଓ ପେନ୍‌ସିଲ୍ ଜୋମେଟ୍ରିବକ୍ସ ନେଇଯିବେ। ଅନ୍ୟ ଜିନିଷ ପରୀକ୍ଷାକେନ୍ଦ୍ରକୁ ପିଲାମାନେ ନେଇ ଯାଇପାରିବେ ନାହିଁ। ଏହାସହ ଶିକ୍ଷକମାନେ ପରୀକ୍ଷା କେନ୍ଦ୍ରକୁ ଯିବାବେଳେ ମୋବାଇଲ ସ୍ୱିଚ୍‌ ଅଫ୍‌ ମୋଡରେ ନିର୍ଦ୍ଦିଷ୍ଟ ସ୍ଥାନରେ ରହିବ। ରେଗୁଲାର, ମଧ୍ୟମା ଏବଂ ଅନ୍ୟ ସମସ୍ତଙ୍କ ପାଇଁ ପ୍ରଶ୍ନ ସମାନ ରହିବ ।  ଖରାକୁ ନଜରରେ ରଖି ପରୀକ୍ଷା ସକାଳେ କରାଯାଉଛି ପରୀକ୍ଷା କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କ ପାଇ ପାଣିର ବ୍ୟବସ୍ଥା କରାଯାଇଛି। ଏହାସହ ଟେକ୍ସଟ ବୁକକୁ ଭଲ ଭାବେ ପଢି ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ ଉପସଭାପତି ନିହାରରଞ୍ଜନ ମହାନ୍ତି। ବୋର୍ଡ ସଭାପତି ରାମାଶିଷ ହାଜରା ଓ ଉପସଭାପତି ନିହାର ରଞ୍ଜନ ମହାନ୍ତିଙ୍କ ସୂଚନା । 

Subscribe

National International State Sports Entertainment