ପ୍ରକାଶ ପାଇଲା ଯୁକ୍ତଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ବିଜ୍ଞାନରେ ପାସ ହାର ୮୪.୯୩ ପ୍ରତିଶତ । ୭୭ହଜାର ୪୬୮ ରେଗୁଲାର ପରୀକ୍ଷାର୍ଥୀ ପାସ କରିଛନ୍ତି । ୧୪୭୦ ଏକ ରେଗୁଲାର ପରୀକ୍ଷାର୍ଥୀ ପାସ କରିଛନ୍ତି । ତେବେ ଏଥର ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ ହାର ଅଧିକ ରହିଛି । ବିଜ୍ଞାନରେ ଛାତ୍ରୀଙ୍କ ପାସ ହାର ୮୫.୬୭ ପ୍ରତିଶତ । ଛାତ୍ରଙ୍କ ପାସହାର ୮୪.୨୮ ପ୍ରତିଶତ । ୩୯ହଜାର ୫୭୩ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ୨୪ହଜାର ୨୫୭ ଛାତ୍ରଛାତ୍ରୀ ଦ୍ୱିତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ତୃତୀୟ ଶ୍ରେଣୀରେ ୧୪ହଜାର ୮୫୨ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି । ନୟାଗଡରେ ସର୍ବାଧିକ ପାସ ହାର ୯୬.୪୧ ପ୍ରତିଶତ । ଗଜପତିରେ ସର୍ବନିମ୍ନ ପାସ ହାର ୬୧.୫୫ ପ୍ରତିଶତ ରହିଛି ।
ସେହିପରି ବାଣିଜ୍ୟରେ ପାସ୍ ହାର ୮୧.୧୨ ପ୍ରତିଶତ ହୋଇଥିବା ଜଣାପଡିଛି । ୭୪୧୦ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ, ୪୫୪୩ ଛାତ୍ରଛାତ୍ରୀ ଦ୍ୱିତୀୟ ଶ୍ରେଣୀରେ, ୭୪୯୨ ଛାତ୍ରଛାତ୍ରୀ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ମୋଟ ୧୯,୫୩୬ ଜଣ ପରୀକ୍ଷାର୍ଥୀ ପାସ୍ କରିଛନ୍ତି । ୧୮୭୪୦ ରେଗୁଲାର ପରୀକ୍ଷାର୍ଥୀ ପାସ କରିଥିବା ବେଳେ ୭୮୯ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ପାସ୍ କରିଛନ୍ତି । ନୟାଗଡରେ ସର୍ବାଧିକ ପାସ୍ ହାର ୯୩.୦୯% ଥିବା ବେଳେ ବୌଦ୍ଧରେ ସର୍ବନିମ୍ନ ପାସ୍ ହାର ୫୫.୫୫% ରହିଛି । ସେହିଭଳି ବାଣିଜ୍ୟରେ ଛାତ୍ରଙ୍କ ପାସ୍ ହାର ୭୯.୫୨% ରହିଛି ଓ ଛାତ୍ରୀଙ୍କ ପାସ୍ ହାର ୮୩.୮୭% ରହିଛି । ଏଥିରେ ବି ଛାତ୍ରୀଙ୍କ ପାସ୍ ହାର ଛାତ୍ରଙ୍କ ତୁଳନାରେ ଅଧିକ ରହିଛି ।