ଆଜିଠୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା, କପି ରୋକିବା ପାଇଁ ୪ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା
Khabar Odisha:Plus-two-arts-and-commerce-exam-start
ଖବର ଓଡିଶା : 02/03/2023

 ଆଜିଠୁ ଆରମ୍ଭ ହୋଇଛି ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା । କଳାରେ ୨ଲକ୍ଷ ୧୯ହଜାର ୧୧୦ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଥିବା ବେଳେ ବାଣିଜ୍ୟରେ ୨୩ହଜାର ୧୪୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ସାରା ରାଜ୍ୟରେ ମୋଟ୍ ୧୧ ଶହ ୪୫ଟି ପରୀକ୍ଷା କେନ୍ଦ୍ର ଓ ୨୦୨ଟି ହବ୍ କରାଯାଇଛି।  ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହୋଇଛି । ଛାତ୍ରଛାତ୍ରୀ ମାନେ ସକାଳ ୯ଟାରେ କେନ୍ଦ୍ରକୁ ପ୍ରବେଶ କରିଛନ୍ତି । ଆଡମିଟ୍ କାର୍ଡ, ବ୍ଲାକ୍ ବଲ୍ ପଏଣ୍ଟ ପେନ୍, ପାଣି ବୋତଲ ଛାଡି ଅନ୍ୟ କୌଣସି ସାମଗ୍ରୀ ପରୀକ୍ଷା ହଲକୁ ନିଆଯାଇପାରିବ ନାହିଁ ବୋଲି ବୋର୍ଡ ପକ୍ଷରୁ ସୂଚନା ରହିଛି। 

Subscribe

National International State Sports Entertainment