ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଓ ଗଣଶିକ୍ଷା ମନ୍ତ୍ରୀ
Khabar Odisha:State-Odisha-Naveen-Pattnaik-Dharmendra-Pradhan-Tweets-for-Matric-Exam-Students
ଭୁବନେଶ୍ୱର, ଫେବୃୟାରୀ ୧୮ (ଖବର ଓଡ଼ିଶା):

ଆଜିଠାରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇଛି। ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ଟ୍ୱିଇଟ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଓ ଗଣଶିକ୍ଷା ମନ୍ତ୍ରୀ । 

ମାଟ୍ରିକ୍ ପରୀକ୍ଷା ପାଇଁ ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଶାନ୍ତିଶୃଙ୍ଖଳାର ସହ ପରୀକ୍ଷା ପରିଚାଳନା କରିବା ପାଇଁ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସେହିଭଳି ଉତ୍ତେଜନାପୂର୍ଣ୍ଣ ସ୍ଥଳରେ ସିସିଟିଭି କ୍ୟାମେରା ଲଗାଯାଇଛି। ତେବେ ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ଉଜ୍ୱଳ ଭବିଷ୍ୟତ କାମନା କରି ଶୁଭେଚ୍ଛା ଜଣାଇଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟ୍ୱିଇଟ କରି ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସଫଳତା କାମନା କରି ଶୁଭକାମନା ଜଣାଇଛନ୍ତି ।

ସେହିପରି ପିଲାମାନେ ଚାପମୁକ୍ତ ହୋଇ ପରୀକ୍ଷା ଦିଅନ୍ତୁ ବୋଲି ପରାମର୍ଶ ଦେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। 

ଚଳିତବର୍ଷ ୨୮୮୮ଟି ପରୀକ୍ଷା କେନ୍ଦ୍ରରେ ୫ ଲକ୍ଷ ୬୦ ହଜାର ୬୦୫ ଜଣ ମାଟ୍ରିକ୍ ପରୀକ୍ଷା ଦେଉଛନ୍ତି। ଏମାନଙ୍କ ମଧ୍ୟରେ ୫ ଲକ୍ଷ ୪୭ ହଜାର ୭୬୧ଟି ଜଣ ହାଇସ୍କୁଲ, ୯ ହଜାର ୭୭୧ ଜଣ ରାଜ୍ୟ ମୁକ୍ତ ବିଦ୍ୟାଳୟ ଓ ୩ ହଜାର ୩୩୭ଜଣ ମଧ୍ୟମା ପରୀକ୍ଷାର୍ଥୀ ସାମିଲ ଅଛନ୍ତି। ଶାନ୍ତିଶୃଙ୍ଖଳାର ସହିତ ପରୀକ୍ଷାର ସୁପରିଚାଳନା ଓ କପି ବନ୍ଦ ପାଇଁ ଜିଲ୍ଲାସ୍ତରରେ ୬୯ଟି ଫ୍ଲାଇଂ ସ୍କ୍ଵାର୍ଡ ଓ ପରିଷଦସ୍ତରରେ ୪୪ଟି ସ୍ୱତନ୍ତ୍ର ସ୍କ୍ଵାର୍ଡ ଗଠନ କରାଯାଇଛି। ଆସନ୍ତା ମାର୍ଚ୍ଚ ୧୮ରୁ ଏପ୍ରିଲ ୧୦ ମଧ୍ୟରେ ଉତ୍ତର ଖାତା ମୂଲ୍ୟାୟନ ହେବ ବୋଲି ଗଣଶିକ୍ଷା ବିଭାଗ ତରଫରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।  

ପ୍ରଥମ ଦିନରେ ଆଜି (ଫେବୃଆରୀ ୧୯) ଓଡ଼ିଆ ପରୀକ୍ଷା ଥିବା ବେଳେ ଦ୍ୱିତୀୟ ଦିନ ଫେବୃଆରୀ ୨୨ (ଶନିବାର)ରେ ଇଂରାଜୀ, ତୃତୀୟ ଦିନ ଫେବୃଆରୀ୨୪ (ସୋମବାର)ରେ ସଂସ୍କୃତ/ହିନ୍ଦୀ, ଚତୁର୍ଥ ଦିନ ଫେବୃଆରୀ ୨୬ (ବୁଧବାର)ରେ ଗଣିତ ଅନୁଷ୍ଠିତ ହେବ। ସେହିଭଳି ଫେବୃଆରୀ ୨୮ (ଶୁକ୍ରବାର)ରେ ସାଧାରଣ ବିଜ୍ଞାନ ଓ ମାର୍ଚ୍ଚ ୨ (ସୋମବାର)ରେ ସାମାଜିକ ବିଜ୍ଞାନ ପରୀକ୍ଷା ଦେବେ ଛାତ୍ରଛାତ୍ରୀ।

  • Tags:

Subscribe

National International State Sports Entertainment