ଆସନ୍ତା ୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା ଭୁବନେଶ୍ୱର, ଜୁଲାଇ 4(ଖବର ଓଡିଶା): Share story: ଆସନ୍ତା ୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ୬ ତାରିଖ ଦିନ ୧ଟା ବେଳେ ପ୍ରକାଶ ପାଇବ ରେଜଲ୍ଟ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ସୂଚନା ଅନୁସାରେ, ମାର୍ଚ୍ଚ ୨୯ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମେ ୧୦ ତାରିଖରେ ଶେଷ ହୋଇଥିଲା । ଚଳିତ ବର୍ଷ ୫ ଲକ୍ଷ ୩୮ ହଜାର ପିଲା ପରୀକ୍ଷା ଦେଇଥିଲେ । ସେହିପରି ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାର୍ଟ-୧ ଅବ ଜେକ୍ଟିଭ ପରୀକ୍ଷା ସକାଳ ୮ଟାରୁ ୯ଟା ଓ ପାର୍ଟ-୨ ସବ୍ ଜେକ୍ଟିଭ୍ ୯ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିଥିଲା । ଖବର ଓଡ଼ିଶା, Reporter, 03/07/2022