ବହୁ ପ୍ରତୀକ୍ଷିତ ଓଡ଼ିଶା ସିଭିଲ ସର୍ଭିସ-୨୦୨୩ ପରୀକ୍ଷାର ଫଳ ପ୍ରକାଶ ପାଇଛି। ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ପରିଚାଳିତ ଏହି ପରୀକ୍ଷାରେ ୩୯୮ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଏହି ପରୀକ୍ଷାରେ ପ୍ରିୟାଂଶୁ ପାଲ ଓଏଏସ୍ ଟପ୍ପର ହୋଇଛନ୍ତି ।
ସେହିପରି ଦ୍ୱିତୀୟ ସ୍ଥାନରେ ଅନନ୍ୟା ମିଶ୍ର ଥିବା ବେଳେ ତୃତୀୟରେ ଶୋଭନ ପଟ୍ଟନାୟକ ରହିଛନ୍ତି । ଶ୍ରେଷ୍ଠ ଦଶ ଜଣଙ୍କ ଭିତରେ ଏକମାତ୍ର ମହିଳା ଭାବେ ଅନ୍ୟନ୍ୟା ମିଶ୍ର ସ୍ଥାନ ପାଇଛନ୍ତି। ଏହି ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ୩୯୮ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୪୪ ଜଣ ମହିଳା ରହିଛନ୍ତି ।