ଆସନ୍ତାକାଲି ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ । ଓଜେଇଇ ୱେବସାଇଟରେ ରେଜଲ୍ଟ ଦେଖିପାରିବେ ପରୀକ୍ଷାର୍ଥୀ । ମେ’ ୮ରୁ ମେ’ ୧୫ ପର୍ଯ୍ୟନ୍ତ ହୋଇଥିଲା ପରୀକ୍ଷା । ଆସନ୍ତାକାଲି ବାହାରିବ ପରୀକ୍ଷାର୍ଥୀଙ୍କ ପରୀକ୍ଷା ଫଳ ।
ସୂଚନାଯୋଗ୍ୟ, ରାଜ୍ୟରେ ଥିବା ସରକାରୀ ଓ ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନର ଏମ୍ବିଏ, ଏମ୍ସିଏ, ଏମ୍ଏସ୍ସି, ଏମ୍ଟେକ୍, ଏମ୍ ପ୍ଲାନ, ଲାଟେରାଲ୍ ଏଣ୍ଟ୍ରି ବିଏମ୍ବିଏ, ଲାଟେରାଲ ଏଣ୍ଟ୍ରି ବିଏସ୍ସି ଭଳି ୧୧ଟି ପାଠ୍ୟକ୍ରମରେ ନାମଲେଖା ଲାଗି ଗତ ମେ’ ମାସ ୮ରୁ ୧୫ତାରିଖ ପର୍ଯ୍ୟନ୍ତ ଓଜେଇଇର ପ୍ରବେଶିକା ପରୀକ୍ଷା ରାଜ୍ୟର ପ୍ରତି ଜିଲ୍ଲାରେ ପରୀକ୍ଷା କେନ୍ଦ୍ର କରାଯିବା ସହ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାରରେ ୩ଟି ପରୀକ୍ଷା କେନ୍ଦ୍ର ହୋଇଥିଲା। ଦେଶରେ ମୋଟ ୩୩ଟି ସହରରେ ୪୭ ପରୀକ୍ଷାକେନ୍ଦ୍ରରେ ପରୀକ୍ଷା ହୋଇଥିଲା।