ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ ପ୍ରକାଶ ପାଇଛି । ୧୩୧୦ ଜଣ ଫର୍ମଫିଲପ କରିଥିଲେ, ଆଉ ସେମାନଙ୍କ ମଧ୍ୟରୁ ୪୩୩ ପାସ୍ ଜଣ ପାସ କରିଛନ୍ତି । ବୋର୍ଡ ୱେବସାଇଟରେ ରେଜଲ୍ଟ ଉପଲବ୍ଧ ରହିଛି । ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ସିଧା ଯୁକ୍ତ ଦୁଇରେ ନାମ ଲେଖାଇବାକୁ ସୁଯୋଗ ମିଳିବ। ଜୁଲାଇ ୩ରୁ ଆରମ୍ଭ ହୋଇଥିଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ଜୁଲାଇ ୩ରୁ ଆରମ୍ଭ ହୋଇ ଜୁଲାଇ ୮ ତାରିଖ ପର୍ଯ୍ୟନ୍ତ ଚାଲିଥିଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ଆଉ ଆଜି ପରୀକ୍ଷା ଫଳ ପ୍ରକାଶ ପାଇଛି । ୧୩୧୦ ଜଣ ଫର୍ମଫିଲପ କରିଥିଲା ବେଳେ ସେମାନଙ୍କ ମଧ୍ୟରୁ ୪୩୩ ପାସ୍ ଜଣ ପାସ କରିଛନ୍ତି । ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ୬୭୭୮ ପରୀକ୍ଷାର୍ଥୀ ପାସ୍ କରିଛନ୍ତି । ୮୧୯୫ ଛାତ୍ରଛାତ୍ରୀ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଦେଇଥିଲେ। ବୋର୍ଡ ୱେବସାଇଟରେ ଉଭୟ ରେଜଲ୍ଟ ଉପଲବ୍ଧ ଥିବା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।