ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ଏବଂ ବାଣିଜ୍ୟ ଫଳାଫଳ, ନୟାଗଡ ଜିଲ୍ଲାରେ ସବୁଠୁ ଅଧିକ ପିଲା ପାସ୍ କରିଛନ୍ତି
Khabar Odisha:plus-2-Science-and-Commerce-results-have-been-released-with-maximum-number-of-children-passing-in-Nayagarh-district
ଭୁବନେଶ୍ୱର,ଜୁଲାଇ୨୭(ଖବର ଓଡିଶା):

ଆଜି ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ଏବଂ ବାଣିଜ୍ୟ ଫଳାଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଯୁକ୍ତ ୨ ବିଜ୍ଞାନ ଏବଂ ବାଣିଜ୍ୟ ଫଳ ପ୍ରକାଶ ପାଇଛି । ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀ ଅନଲାଇନରେ ନିଜ ନିଜ ରେଜଲ୍ଟ ଜାଣିପାରିବେ । www.orissaresults.nic.inରେ ରୋଲ୍ ନମ୍ବର ଦାଖଲ କରି ରେଜଲ୍ଟ ଜାଣିପାରିବେ ଛାତ୍ରଛାତ୍ରୀ ।

ତେବେ ବିଜ୍ଞାନରେ ୭୮ ହଜାର ୭୭ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ବାଣିଜ୍ୟରେ ୨୪ ହଜାର ୧୩୬ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ସେହିପରି ବିଜ୍ଞାନରେ ପାସ୍ ହାର ୯୪ପ୍ରତିଶତ ରହିଥିବାବେଳେ ବାଣିଜ୍ୟରେ ପାସ୍ ହାର ୮୯ ପ୍ରତିଶତ ରହିଛି । 

ସେପଟେ ଅଗଷ୍ଟ ୮ରେ ପ୍ରକାଶ ପାଇବ କଳା ରେଜଲ୍ଟ। ବିଜ୍ଞାନ ବିଭାଗରେ ଚଳିତ ବର୍ଷ ୫୦ ହଜାର ୧୫୭ ଜଣ ପ୍ରଥମ ଶ୍ରେଣୀରେ ପାସ କରିଥିବାବେଳେ, ଦ୍ୱିତୀୟ ଶ୍ରେଣୀରେ ୧୪ ହଜାର ୯୩୨ ଜଣ ପିଲା ଉତ୍ତୀର୍ଣ୍ଣ ହୋଇଛନ୍ତି । ସେହିପରି ୬୯୧୦ ଜଣ ପିଲା ତୃତୀୟ ଶ୍ରେଣୀରେ ପାସ୍ କରିଛନ୍ତି । ତେବେ ନୟାଗଡ ଜିଲ୍ଲାରେ ସବୁଠୁ ଅଧିକ ପିଲା ପାସ୍ କରିଛନ୍ତି । ଫୁଲବାଣୀ ଜିଲ୍ଲାରେ ପାସହାର ସର୍ବନିମ୍ନ ରହିଛି । ରାଜ୍ୟର ୩୯୩ ସ୍କୁଲରେ ପାସହାର ଶତ ପ୍ରତିଶତ ରହିଛି ।

  • Tags:

Subscribe

National International State Sports Entertainment