କଣ୍ଟାବାଞ୍ଜିରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ Khabar Odisha:02/05/2024: Share story: ଆଜି କଣ୍ଟାବାଞ୍ଜି ବିଧାନସଭା ଆସନରୁ ନାମାଙ୍କନ ଭରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହା ହେଉଛି ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର । ଏହି ଜାଗାରୁ ପ୍ରଥମ ଥର ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ ପଟ୍ଟନାୟକ। ପୂର୍ବରୁ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରି ସାରିଛନ୍ତି ମୁଖ୍ୟମନ୍ତ୍ରୀ। ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ଟିଟିଲାଗଡ଼ରେ ପହଞ୍ଚିବା ପରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ନାମାଙ୍କନ ଭରିବେ ନବୀନ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ପୁଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି । ସୂଚନାଅନୁଯାୟୀ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଥିଲେ । ନବୀନ ଛତ୍ରପୁର ଉପ ଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କନ ଭରିଥିଲେ। ପ୍ରାର୍ଥିପତ୍ର ଦାଖଲ କରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମା’ତାରା ତାରିଣୀଙ୍କ ପୀଠକୁ ଯାଇ ପୂଜାର୍ଚ୍ଚନା କରିଥିଲେ । Navin Patanaik Odisha Smitanjali Routray, Author, 02/05/2024