ଭୁବନେଶ୍ୱର : ରାଜ୍ୟସଭା ଉପନିର୍ବାଚନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ସୁଜିତ୍ କୁମାର। ଏକମାତ୍ର ପ୍ରାର୍ଥୀ ଭାବେ ସୁଜିତ କୁମାର ବିଜେପିରୁ ନାମାଙ୍କନ ଦାଖଲ କରିଥିଲେ।
ନିର୍ବାଚିତ ହେବା ପରେ ସୁଜିତ୍ କୁମାର ସଂସଦରେ କଳାହାଣ୍ଡି ତଥା ଓଡ଼ିଶା ପ୍ରସଙ୍ଗ ଉଠାଇବେ ବୋଲି କହିଛନ୍ତି। ସେ ଏକଥା ମଧ୍ୟ କହିଛନ୍ତି ଯେ ବିଜେଡିରୁ ନେତା ମୁହଁ ଫେରାଇବା ଆରମ୍ଭ କଲେଣି। କଳାହାଣ୍ଡିର ୮୦% ପଞ୍ଚାୟତ ପ୍ରତିନିଧି ବିଜେପିରେ ମିଶି ସାରିଲେଣି। ଆଗାମୀ ଦିନରେ ଅନେକ ନେତା ବିଜେପିରେ ମିଶିବେ।
ସୂଚନାଯୋଗ୍ୟ ଗତ ସେପ୍ଟେମ୍ବର ମାସରେ ସୁଜିତ କୁମାର ରାଜ୍ୟସଭାରୁ ଇସ୍ତଫା ଦେବା ପରେ ଏହି ଆସନଟି ଖାଲି ପଡ଼ିଥିଲା। ସେ ରାଜ୍ୟସଭା ପଦ ସହିତ ବିଜେଡିରୁ ମଧ୍ୟ ଇସ୍ତଫା ଦେଇଥିଲେ। ପରେ ବିଜେପିରେ ମିଶିଥିଲେ।
। ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିର ନାମାଙ୍କନ ପତ୍ର ଦାଖଲ କରିଥିଲେ। ସେ ଏକୁଟିଆ ନାମାନଙ୍କନ ପତ୍ର ଭରିଥିବାରୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ଏକ ପ୍ରକାର ନିଶ୍ଚିତ। ସେ ୨୦୨୬ ଏପ୍ରିଲ ପର୍ଯ୍ୟନ୍ତ ଏହି ପଦରେ ରହିବେ। ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ୬ଟି ଆସନରେ ଉପନିର୍ବାଚନ କରିବା ପାଇଁ ବର୍ତ୍ତମାନ ପ୍ରକ୍ରିୟା ଚାଲିଛି।