ଚାଲିଛି ଝାରସୁଗୁଡା ଉପନିର୍ବାଚନର ଭୋଟ ଗଣତି l ଷଷ୍ଠ ରାଉଣ୍ଡ ସୁଦ୍ଧା ବିଜେଡି ପାର୍ଥିନି ଦୀପାଳି ଦାସ ୧୫, ୭୫୧ ଭୋଟରେ ଆଗୁଆ ରହିଛି l ସମୁଦାୟ ୧୮ ରାଉଣ୍ଡ ଗଣତି ହେବାକୁ ଥିବା ବେଳେ ଶେଷ ହୋଇଛି ଷଷ୍ଠ ରାଉଣ୍ଡ ଗଣନା। ଷଷ୍ଠ ରାଉଣ୍ଡ ଶେଷ ସୁଦ୍ଧା ଆଗକୁ ଆଗକୁ ମାଡ଼ି ଚାଲିଛି ବିଜେଡ଼ି ଓ ପଛରେ ପଡ଼ି ଯାଇଛନ୍ତି ବିଜେପି ଓ କଂଗ୍ରେସ l
ଉପନିର୍ବାଚନ ପାଇଁ ଗଣତି ଆରମ୍ଭ ହୋଇଥିବା ବେଳେ ଷଷ୍ଠ ରାଉଣ୍ଡ ସୁଦ୍ଧା ଆଗୁଆ ରହିଛି ବିଜେଡ଼ି । କେବଳ ଷଷ୍ଠ ନୁହେଁ ପ୍ରଥମ, ଦ୍ୱିତୀୟ, ତୃତୀୟ, ଚତୁର୍ଥ ଓ ପଞ୍ଚମ ରାଉଣ୍ଡରେ ମଧ୍ୟ ବିଜେଡି ଆଗୁଆ ରହିଛି ।ମୋଟ ୧୪ଟି ଟେବୁଲରେ ୧୮ ରାଉଣ୍ଡ ଗଣତି ହେବ। ଭିଭିପାଟ ଓ ପୋଷ୍ଟାଲ ବାଲେଟ କାଉଣ୍ଟିଂ ପାଇଁ ଅଲଗା ଅଲଗା ଟେବୁଲ କରାଯାଇଛି। ପ୍ରତି ଟେବୁଲରେ ଜଣେ କାଉଣ୍ଟିଂ ସୁପରଭାଇଜର, ଜଣେ କାଉଣ୍ଟିଂ ଆସିଷ୍ଟାଣ୍ଟ ଏବଂ ଜଣେ କାଉଣ୍ଟିଂ ଅବଜରଭର ରହିବେ। ଜେନେରାଲ ଅବଜରଭରଙ୍କ ପ୍ରତିନିଧି ଭାବେ ମାଇକ୍ରୋ ଅବଜରଭର ରହିବେ। ଭୋଟ ଗଣତି ପାଇଁ ୨୦ ଜଣ କାଉଣ୍ଟିଂ ସୁପରଭାଇଜର, ୨୦ ଜଣ କାଉଣ୍ଟିଂ ଅସିଷ୍ଟାଣ୍ଟ ଏବଂ ୨୦ ଜଣ କାଉଣ୍ଟିଂ ଅବଜରଭ ରହିବେ। ପ୍ରତି ଟେବୁଲରେ କାଉଣ୍ଟିଂ ଅନୁସାରେ ଅଧିକାରୀ ନିୟୋଜିତ ହେବେ। ସୂଚନାଯୋଗ୍ୟ, ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରାଯିବା ପରେ ଏହି ଆସନ ଖାଲି ପଡ଼ିଥିଲା। ତେଣୁ ଗତ ୧୦ ତାରିଖରେ ହୋଇଥିଲା ଝାରସୁଗୁଡ଼ା ଉପନିର୍ବାଚନ।