ଖବର ଓଡିଶା : 09/05/2023
ସାଉଥ ସୁପରଷ୍ଟାର ପ୍ରଭାସଙ୍କ ଫ୍ୟାନ୍ସଙ୍କ ପାଇଁ ଖୁସି ଖବର । ଯେଉଁ ଫିଲ୍ମକୁ ନେଇ ଦୀର୍ଘଦିନ ହେବ ଜୋରଦାର ଚର୍ଚ୍ଚା ହେଉଥିଲା ତାହାର ଟ୍ରେଲର ଏବେ ସାମ୍ନାକୁ ଆସିଛି । ରିଲିଜ୍ ହେଲା ବହୁ ପ୍ରତୀକ୍ଷିତ ଫିଲ୍ମ ’ଆଦିପୁରୁଷ’ର ଟ୍ରେଲର । ବାହୁବଳୀ ଷ୍ଟାର ପ୍ରଭାସଙ୍କ ଅଭିନୀତ ରାମାୟଣ ଉପରେ ଆଧାରିତ ଏହି ବିଗ୍ ବଜେଟର ଫିଲ୍ମ ଆସନ୍ତା ୧୬ ଜୁନରେ ରିଲିଜ ହେବ । ଏହି ଫିଲ୍ମରେ ପ୍ରଭାସ ଭଗବାନ ରାମଙ୍କ ଚରିତ୍ରରେ ନଜର ଆସିବେ । ସେହପରି ସୀତାଙ୍କ ରୂପରେ ଦେଖିବାକୁ ମିଳିବେ କ୍ରିତି ସାନନ୍ । ସେଭଳି ସନ୍ନି ସିଂ ଲକ୍ଷ୍ମଣ ଭୂମିକାରେ ଅଭିନୟ କରୁଥିବା ବେଳେ ସୈଫ୍ ଅଲ୍ଲୀ ଖାନଙ୍କୁ ରାବଣ ଭୂମିକାରେ ଦେଖିବାକୁ ମିଳିବ । ଏହି ଫିଲ୍ମ ହିନ୍ଦୀ ସହ ଆଉ ୪ଟି ଭାଷାରେ ରିଲିଜ୍ ହେବ । ବହୁ ପ୍ରତିକ୍ଷୀତ ଏହି ଫିଲ୍ମର ପ୍ରଥମ ପୋଷ୍ଟର ଗତ ରାମ ନବମୀରେ ରିଲିଜ୍ ହୋଇଥିଲା । ସେହିପରି ଦ୍ୱିତୀୟ ପୋଷ୍ଟର ହନୁମାନ ଜୟନ୍ତୀରେ ରିଲିଜ୍ ହୋଇଥିଲା । ତେବେ ଟ୍ରେଲର ରିଲିଜ ହେବାର କିଛି ଘଣ୍ଟା ମଧ୍ୟରେ ଲକ୍ଷ ଲକ୍ଷ ଲୋକ ଏହାକୁ ଦେଖି ସାରିଲେଣି । ଏପରିକି ଫିଲ୍ମର ଟ୍ରେଲରକୁ ନେଇ ସୋସିଆଲ ମିଡ଼ିଆରେ ଜୋରଦାର ଚର୍ଚ୍ଚା ମଧ୍ୟ ହେଉଛି । ଏପରିକି ବକ୍ସ ଅଫିସରେ ଏହି ହାଇ ବଜେଟ ଫିଲ୍ମ ରେକର୍ଡ କରିବ ବୋଲି ପ୍ରଶଂସକ ଆଶା ରଖିଛନ୍ତି ।