ବିଧାନସଭା ଆଗରେ ଧାରଣାରେ ବସିଲେ ଓଡ଼ିଆ ଫିଲ୍ମ ‘ପ୍ରଥା’ର ପ୍ରଯୋଜିକା ସନଲିଶା ପଟେଲ । ଓଡ଼ିଆ ଫିଲ୍ମକୁ ବଞ୍ଚାଅ ଦାବିରେ ଲୋୟର ପିଏମ୍ଜିସ୍ଥିତ ଧାରଣା ସ୍ଥଳରେ ସକାଳ ସାଢ଼େ ୧୦ଟାରୁ ଧାରଣାରେ ବସିଛନ୍ତି ଏବଂ ଏହା ଅନିର୍ଦ୍ଧିଷ୍ଠ ଦିନ ପାଇଁ ଚାଲିବ ବୋଲି ସୂଚନା ଦେଇଛନ୍ତି । ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ (ଓଏଫ୍ଡିସି) ଏବଂ ଓଡ଼ିଶା ସରକାରଙ୍କ ଆଗରେ ୫ଟି ଗୁରୁତ୍ବପୂର୍ଣ୍ଣ ଦାବି ରଖିଛନ୍ତି ସନଲିଶା ।
ଦାବିରେ ଉଲ୍ଲେଖ ରହିଛି ଜେ :
୧ : ପ୍ରତେକ ବ୍ଲକ୍ ମୁଖ୍ୟାଳୟରେ ଗୋଟିଏ ଲେଖାଏଁ ସିନେମା ହଲ୍ ପ୍ରତିଷ୍ଠା
୨ : ଅନ୍ୟ ରାଜ୍ୟମାନଙ୍କ ପରି ମଲ୍ଟିପ୍ଲେକ୍ସ ଏବଂ ହଲମାନେ ଯେପରି ଓଡ଼ିଆ ଫିଲ୍ମକୁ ଚଲାଇବା ପାଇଁ ବାଧ୍ୟ ହେବେ ସେହିପରି କାର୍ଯ୍ୟାନୁଷ୍ଠାନ ନିଆଯାଉ
୩ : ବିତରଣ, ପ୍ରଦର୍ଶନ, ସିନେମା ଚାଲିବା ପରେ ଟଙ୍କା ଫେରି ପାଇବା ଏବଂ ସମସ୍ତଙ୍କ ଭିତରେ ସମନ୍ୱୟ ରକ୍ଷା ପାଇଁ ବ୍ୟବସ୍ଥା କରାଯାଉ
୪ : ଟିକସ ମୁକ୍ତ ସାଙ୍ଗକୁ ସିନେମା ନିର୍ମାଣ ଲାଗି ଆର୍ଥିକ ଓ ଅନ୍ୟାନ୍ୟ ସହାୟତା କରାଯାଉ
୫ : ସମସ୍ତଙ୍କର(ସିମେନା ଇଣ୍ଡଷ୍ଟ୍ରି ସହ ଜଡିତ) ସୁରକ୍ଷା ପାଇଁ ଦୃଢ଼ ପଦକ୍ଷେପ ନିଆଯାଉ
ପୂର୍ବରୁ ବି ଏହି ସମସ୍ୟା ନେଇ ସରକାରୀ ସ୍ତରରେ ସମସ୍ତଙ୍କୁ ଅବଗତ କରାଇଥିଲେ, କିନ୍ତୁ ତାଙ୍କୁ ନ୍ୟାୟ ମିଳିଲାନି ଏବଂ ସମସ୍ୟାର ସମାଧାନ ହୋଇନଥିବାରୁ ଧାରଣାରେ ବସିଲେ ବୋଲି ସୂଚନା ଦେଇଛନ୍ତି । ସମସ୍ୟାର ସମାଧାନ ନହେଲେ ଆଗାମୀ ଦିନରେ ପ୍ରଯୋଜକ ,କଳାକାର,ଟେକନିସିଆନ,ନିର୍ଦ୍ଦେଶକମାନେ ଯୋଗ ଦେବେ ବୋଲି ପ୍ରଯୋଜିକା ସନଲିସା ସୂଚନା ଦେଇଛନ୍ତି ।
ଅଧିକ ପଢନ୍ତୁ : ଔଷଧ ଗୋଦାମରେ ଅଗ୍ନିକାଣ୍ଡ