ଉତ୍କଳ ଦିବସରେ ଚାଷୀଙ୍କ ଆକାଉଣ୍ଟକୁ ଆସିଲା କାଳିଆ ଟଙ୍କା
Khabar Odisha:The-amount-of-Kalia-money-will-be-credited-to-the-farmers-account-on-Utkal-Day
ଖବର ଓଡିଶା : 01/04/2023

ଉତ୍କଳ ଦିବସରେ ହିତାଧିକାରୀ ଚାଷୀଙ୍କ ଖାତାକୁ ଆସିଲା କାଳିଆ କିସ୍ତି । ଉତ୍କଳ ଦିବସ ଅବସରରେ ଚାଷୀମାନଙ୍କୁ କାଳିଆ କିସ୍ତି ଅର୍ଥ ବଣ୍ଟନ କରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ କାଳିଆ କିସ୍ତି ଅର୍ଥ ବଣ୍ଟନ କରାଯାଇଛି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ରାଜ୍ୟର ଚାଷୀ ମାନଙ୍କୁ କାଳିଆ କିସ୍ତି ବଣ୍ଟନ କରିଛନ୍ତି ରାଜ୍ୟ ସରକାର | ୨୦୧୮ ଡିସେମ୍ବର ମାସରେ ରାଜ୍ୟର ଚାଷୀମାନଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ କାଳିଆ ଯୋଜନା ପ୍ରଚଳନ କରିଥିଲେ । ଏହି ଯୋଜନାରେ ପ୍ରତିବର୍ଷ ହିତାଧିକାରୀଙ୍କୁ ୨ଟି ପର୍ଯ୍ୟାୟରେ ୪ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଉଛି । ରାଜ୍ୟର ୧୪ ଲକ୍ଷ ଭୂମିହୀନ କୃଷି ଶ୍ରମିକ ଓ ୫୩ ଲକ୍ଷ ଚାଷୀଙ୍କୁ ଆର୍ଥିକ ସହାୟତା ପ୍ରଦାନ ପାଇଁ ଯୋଜନା ହୋଇଛି। ଏହି ଅର୍ଥରାଶି ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଉଛି। ଚଳିତ ଖରିଫ ଋତୁରେ ଚାଷ କାମ ପାଇଁ ଏହି ସହାୟତା ଦିଆଯାଇଛି । ଝାରସୁଗୁଡ଼ା ବ୍ୟତୀତ ରାଜ୍ୟର ସବୁ ଅଞ୍ଚଳର କୃଷକମାନେ ଏହି ସହାୟତା ପାଇଛନ୍ତି । ୪୩ ଲକ୍ଷରୁ ଅଧିକ ଚାଷୀ ପରିବାରଙ୍କୁ ୮୭୭ କୋଟି ଟଙ୍କା ସହାୟତା ଚାଷୀଙ୍କ ବ୍ୟାଙ୍କ ଖାତାକୁ ଦିଆଯାଇଛି । ଏହି ଅବସରରେ ଚାଷୀ ଭାଇମାନଙ୍କୁ ଓଡ଼ିଶା ଦିବସର ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଚାଷୀଙ୍କ କଲ୍ୟାଣ ସହ ରାଜ୍ୟର ବିକାଶ ଯୋଡି ହୋଇ ରହିଛି ତେଣୁ ଆଜିର ପବିତ୍ର ଦିନ ରେ କାଳିଆ ସହାୟତା ପ୍ରଦାନ କରି ଆମେ ନୂଆ ଅର୍ଥିକ ବର୍ଷ ଆରମ୍ଭ କଲୁ । କୃଷି ବିଭାଗ ପ୍ରମୁଖ ସଚିବ ଶ୍ରୀ ଅରବିନ୍ଦ ପାଢ଼ୀ ସ୍ବାଗତ ଭାଷଣ ଦେଇଥିଲେ ଓ କୃଷି ନିର୍ଦ୍ଦେଶକ ଧନ୍ୟବାଦ୍ ଅର୍ପଣ କରିଥିଲେ ।

Subscribe

National International State Sports Entertainment