ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଏବେ ଉପରମୁହାଁ ହୋଇଛି । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତକାଲି ଯାଏଁ ରାଜ୍ୟରେ କରୋନା ସଂକ୍ରମିିତଙ୍କ ସଂଖ୍ୟା ୪୯ ଥିବା ବେଳେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୦ ଟପିଛି । ବର୍ତ୍ତମାନ ରାଜ୍ୟରେ ୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏଥିସହ ରାଜ୍ୟରେ ମୋଟ୍ କୋଭିଡ଼ ରୋଗୀଙ୍କ ସଂଖ୍ୟା ଏବେ ୫୬ରେ ପହଞ୍ଚିଛି । ୨୦ ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ରହିଛନ୍ତି ୩୬ ଜଣ ଆକ୍ରାନ୍ତ । ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି । କୋଭିଡ-୧୯ କିମ୍ବା ଫ୍ଲୁ ଭଳି ରୋଗର ଲକ୍ଷଣ ଥିଲେ ଘରେ ରହିବାକୁ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି ।
ସେହିପରି ଦେଶରେ ବି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । । ସୋମବାର ଦିନ ଦେଶରେ ନୂଆ ୩୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଫଳରେ ଦେଶରେ ସମୁଦାୟ ଆକ୍ରାନ୍ତ ସଂଖ୍ୟା ୬, ୪୯୧ରେ ପହଞ୍ଚିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି। ଅନ୍ୟପଟେ କେରଳରେ ସର୍ବାଧିକ ୧,୯୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କେରଳ ପରେ ପରେ ଗୁଜୁରାଟ, ପଶ୍ଚିମବଙ୍ଗ ଓ ଦିଲ୍ଲୀ ଆଦିରେ ଆକ୍ରାନ୍ତ ସଂଖ୍ୟା ଅଧିକ ରହିଛି।