ଚୀନରେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡ ପ୍ରଭାବରେ ୨୬ ଜଣଙ୍କର ମୃତ୍ୟୁ ହେବାସହିତ ୫୦ରୁ ଅଧିକ ଆହତ ହୋଇଛନ୍ତି । ସୂଚନା ଅନୁସାରେ, ଆଜି ଚୀନର କୋଇଲା କମ୍ପାନୀର ବିଲ୍ଡିଂର ଚାରି ମହଲା କୋଠାରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡର ପ୍ରଭାବ ଏତେ ଭୟଙ୍କର ଥିଲା ଯେ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ସହିତ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । କେଉଁ କାରଣରୁ ନିଆଁ ଲାଗିଲା ତାହାର କାରଣ ଏ ପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି ।
ଆଗକୁ ପଢ଼ନ୍ତୁ : ଆମେରିକାରେ ଭୟଙ୍କର ଦୁର୍ଘଟଣା ୮ ମୃତ