ଭୀଷଣ ଭୂକମ୍ପରେ ଥରିଲା ନ୍ୟୁଜିଲାଣ୍ଡ:ଉପକୂଳ ଅଞ୍ଚଳରେ ସୁନାମୀ ଆଲର୍ଟ ଜାରୀ
Khabar Odisha:7-1-magnitude-earthquake-hits-new-zealand
ଖବର ଓଡିଶା : 16/03/2023

ଭୀଷଣ ଭୂକମ୍ପରେ ଥରିଲା ନ୍ୟୁଜିଲାଣ୍ଡ । ପ୍ରଶାନ୍ତ ମହାସାଗରରେ ନ୍ୟୁଜିଲାଣ୍ଡର ଉତ୍ତରରେ ଥିବା କେର୍ମାଡେକ୍ ଦ୍ୱୀପପୁଞ୍ଜ ନିକଟରେ ଶକ୍ତିଶାଳୀ ଭୂମିକମ୍ପ କେନ୍ଦ୍ରଭୂତ ହୋଇଛି। ରିକ୍ଟର ସ୍କେଲରେ ୭.୦ ତୀବ୍ରତା ରେକର୍ଡ | ଏହାପରେ ସମୁଦ୍ରରେ ବଡ ଧରଣର ଲହରୀ ଉଠୁଥିବାରୁ ଉପକୂଳ ଅଞ୍ଚଳରେ ସୁନାମୀ ଆଲର୍ଟ ଜାରୀ ହୋଇଛି । ଗୁରୁବାର ସ୍ଥାନୀୟ ସମୟ ଅପରାହ୍ନ ୧ଟା ୫୬ମିନିଟରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା। ଭୂମିକମ୍ପର କେନ୍ଦ୍ରସ୍ଥଳ କେର୍ମାଡେକ୍ ଦ୍ୱୀପପୁଞ୍ଜର ସବୁଠାରୁ ବଡ଼ ରାଉଲ ଦ୍ୱୀପଠାରୁ ପ୍ରାୟ ୧୯୫ କିଲୋମିଟର ଦକ୍ଷିଣ-ପୂର୍ବରେ ବା ଅକଲାଣ୍ଡଠାରୁ ୧,୧୨୫ କିଲୋମିଟର ଉତ୍ତର-ପୂର୍ବରେ ହୋଇଥିବା ଜଣାପଡିଛି । ସମୁଦ୍ର ପତନଠାରୁ ପ୍ରାୟ ୨୨ କିଲୋମିଟର ତଳକୁ ଭୂମିକମ୍ପ ଅନୁଭୂତ ହେବାରୁ ସମୁଦ୍ରରେ ଲହରୀ ଆସୁଛି। ଏହାର କିଛି ସମୟ ପରେ କେର୍ମାଡେକ୍ ଦ୍ୱୀପପୁଞ୍ଜ, ଫିଜି, ନ୍ୟୁଜିଲାଣ୍ଡ ଏବଂ ଟଙ୍ଗା ପାଇଁ ସୁନାମୀ ସତର୍କ ସୂଚନା ଜାରି କରାଯାଇଛି । ପ୍ରଶାନ୍ତ ମହାସାଗରୀୟ ସୁନାମୀ ଚେତାବନୀ କେନ୍ଦ୍ର କହିଛି ଯେ ରାଉଳ ଦ୍ୱୀପର ଦୁଇଟି ସ୍ଥାନରେ ସୁନାମିର ଅତି କ୍ଷୁଦ୍ର ଲହର ଦେଖିବାକୁ ମିଳିଛି। ଆସନ୍ତା କିଛି ଘଣ୍ଟା ମଧ୍ୟରେ ଭୂମିକମ୍ପ ନିକଟବର୍ତ୍ତୀ କେତେକ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନରେ ସାମାନ୍ୟ ପରିବର୍ତ୍ତନ ହୋଇପାରେ।ତେବେ ଏନେଇ କୌଣସି ଧନଜୀବନର କ୍ଷୟକ୍ଷତି ବାବଦରେ ଏଯାଏଁ କୌଣସି ସୂଚନା ମିଳିନାହିଁ । ଅନ୍ୟପକ୍ଷରେ ଜାତୀୟ ଜରୁରୀକାଳୀନ ପରିଚାଳନା ଏଜେନ୍ସି କହିଛି ଯେ ଭୂକମ୍ପରେ ପ୍ରବଳ କମ୍ପନ ହେବା ପରେ ନ୍ୟୁଜିଲ୍ୟାଣ୍ଡ ପାଇଁ ସୁନାମୀ ଆସିବା ନେଇ କୌଣସି ବିପଦ ନାହିଁ।

Subscribe

National International State Sports Entertainment