ଶନିବାର ଆମେରିକାରେ ଦୁଇଟି ଗାଡ଼ି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଛି । ପୋଲିସ ପହଞ୍ଚି ଘଟଣାର ତଦନ୍ତ ଜାରି କରିଛି । ସୂଚନା ଅନୁସାରେ, ଆମେରିକାର ଇଡାହୋ ଜଳପ୍ରପାତଠାରେ ପିକଅପ୍ ଗାଡ଼ି ଓ ଭ୍ୟାନ୍ ମଧ୍ୟରେ ଧକ୍କା ହୋଇଥିଲା । ଏହି ଦୁର୍ଘଟଣାରେ ଗାଡ଼ି ଦ୍ବୟ ମଧ୍ୟରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୬ ଜଣଙ୍କର ମୃତ୍ୟୁ ହେବା ସହିତ ପ୍ରାୟ ୧୦ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । ସ୍ଥାନୀୟ ଲୋକ ତୁରନ୍ତ ପୋଲିସ ଓ ଉଦ୍ଧାରକାରୀ ଦଳକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛି । ଦୁର୍ଘଟଣାରେ ଗାଡ଼ି ଦ୍ବୟ ସମ୍ପୂର୍ଣ୍ଣ ଭାଙ୍ଗିରୁଜି ନଷ୍ଟ ହୋଇଯାଇଛି । ଦୁର୍ଘଟଣାର କାରଣ ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।