ବିବାହ ବନ୍ଧନରେ ଆବଦ୍ଧ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ ପଟ୍ଟନାୟକ । ଅରୁଣ ନେଦରଲାଣ୍ଡରେ ନାଦିଆ ନାମକ ଯୁବତୀଙ୍କୁ ବିବାହ କରିଛନ୍ତି। ଏନେଇ ତାଙ୍କ ଭଉଣୀ ଗାୟତ୍ରୀ ପଟ୍ଟନାୟକ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ସେ ଅରୁଣଙ୍କ ବିବାହ ବେଳର କିଛି ଫଟୋ ଶେୟାର କରିଛନ୍ତି। ଫଟୋରେ ଅରୁଣ ବିଦେଶୀ କନ୍ୟାଙ୍କ ସହ ବିବାହ କରିଥିବା ନଜର ଆସିଛନ୍ତି। ନବୀନଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକଙ୍କ ପୁଅ ହେଉଛନ୍ତି ଅରୁଣ। ଏହି ବିବାହରେ ପ୍ରେମ ମଧ୍ୟ ଉପସ୍ଥିତ ଥିଲେ।
କିଛିଦିନ ତଳେ ଶେଷ ହୋଇଥିବା ନିର୍ବାଚନ ଫଳାଫଳ ଆସିବା ପରେ ଅରୁଣ ଓଡ଼ିଶା ଆସିଥିବା ଚର୍ଚ୍ଚା ହେଉଥିଲା। କେବଳ ଏତିକି ନୁହେଁ, ସେ ଆଗାମୀ ଦିନରେ ଓଡ଼ିଶାରେ ବିଜେଡିର ମଙ୍ଗ ଧରିବେ ବୋଲି ଆଲୋଚନା ଚାଲିଥିଲା। କିନ୍ତୁ ଏନେଇ ନବୀନଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ।