ୱାଶିଂଟନ୍/ବ୍ରିଟେନ୍, ଜାନୁଆରୀ ୧୬ (ଖବର ଓଡ଼ିଶା): ବିଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ବରେ କରୋନା ଭାଇରସ ସାମାନ୍ୟ ହ୍ରାସ ପାଇଛି। ଆମେରିକାରେ ଗୋଟିଏ ଦିନରେ ୩ ଲକ୍ଷ ୬୦ ହଜାର ୮୫୦ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ୩୦ ହଜାର ୯୬୩ ଜଣ ସୁସ୍ଥ ହୋଇଥିଲା ବେଳେ ୮୫୧ ଜଣଙ୍କର ମୃତ୍ୟୁ ହୋଇଛି।
ଆମେରିକାରେ ଏଯାଏଁ ୬ କୋଟି ୬୫ ଲକ୍ଷ ୭୦ ହଜାର ୩୮୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ କୋଟି ୩୦ ଲକ୍ଷ ୫୦ ହଜାର ୮୮୭ ଜଣ ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି। ଏପର୍ଯ୍ୟନ୍ତ ୮ ଲକ୍ଷ ୭୨ ହଜାର ୯୩୭ ଜଣ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ୨ କୋଟି ୨୬ଲକ୍ଷ ୪୬ ହଜାର ୫୬୧ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ଏଥିରୁ ୨୫ ହଜାର ୭୩୭ ଜଣଙ୍କର ଅବସ୍ଥା ଗୁରୁତର ରହିଛି।
ବ୍ରିଟେନ୍ରେ ବିଗତ ୨୪ ଘଣ୍ଟା ମଧ୍ୟରେ ୮୧ ହଜାର ୭୧୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୯୦ ହଜାର ୬୭୩ ଜଣ ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି। ୨୮୭ ଜଣଙ୍କର ମୃତ୍ୟୁ ହୋଇଛି। ଫ୍ରାନ୍ସରେ ମଧ୍ୟ କରୋନାର ବିସ୍ଫୋରକ ରୂପ ଦେଖାଯାଇଛି। ବିଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୩ ଲକ୍ଷ ୨୬ ହଜାର ୫୮୦ ଜଣ ପଜିଟିଭ ଚିହ୍ନଟ ହୋଇଥିଲା ବେଳେ ଇଟାଲିରେ ୧ ଲକ୍ଷ ୮୦ ହଜାର ୪୨୬ ଓ ଆର୍ଜେଣ୍ଟିନାରେ ୯୬ ହଜାର ୬୫୨ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।