ପାକିସ୍ତାନ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଅଲ-କାଦିର ଟ୍ରଷ୍ଟ ମାମଲାରେ ଶୁକ୍ରବାର ପାକିସ୍ତାନର ଏକ ସ୍ଥାନୀୟ କୋର୍ଟ ଇମ୍ରାନ ଖାନଙ୍କୁ ୧୪ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହିତ ଏହି ମାମଲାରେ ତାଙ୍କ ପତ୍ନୀ ବୁଶରା ବିବି ମଧ୍ୟ ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ତାଙ୍କୁ ସାତ ବର୍ଷ ପାଇଁ ସଜା ଦିଆଯାଇଛି।
ପାକିସ୍ତାନର ଡନ୍ ନ୍ୟୁଜ୍ ରିପୋର୍ଟ ଅନୁଯାୟୀ, ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଶୁକ୍ରବାର ୧୯୦ ମିଲିୟନ ପାଉଣ୍ଡର ଅଲ୍-କାଦିର ଟ୍ରଷ୍ଟ ମାମଲାରେ ଦୋଷୀ ସାବ୍ୟସ୍ତ କରାଯାଇଛି। କ୍ଷମତାର ଦୁରୂପଯୋଗ ପାଇଁ ଦୋଷୀ ସାବ୍ୟସ୍ତ କରିଛନ୍ତି ପାକିସ୍ତାନ କୋର୍ଟ ।
୨୦୨୩ରୁ ପାକିସ୍ତାନର ରାୱଲପିଣ୍ଡି ଜେଲରେ ବନ୍ଦୀ ଅଛନ୍ତି ଇମ୍ରାନ ଖାନ୍ । ତାଙ୍କୁ ଓ ତାଙ୍କ ପତ୍ନୀଙ୍କୁ ଦୁଇ ଶହରୁ ଅଧିକ ମାମଲାରେ ଅଭିଯୁକ୍ତ ଦର୍ଶାଯାଇ ଗିରଫ କରାଯାଇଛି । ପୂର୍ବରୁ ଅନେକ ମାମଲାରେ ଶୁଣାଣି କରାଯାଇ ତାଙ୍କୁ ଜେଲଦଣ୍ଡା ଦେଶ ହୋଇସାରିଛି । ଏବେ ପୁଣି ଆଉ ଏକ ମାମଲାରେ ଇମ୍ରାନଙ୍କୁ ଜେଲ ଦେଣ୍ଡାଦେଶ ଶୁଣାଇଛନ୍ତି ପାକିସ୍ତାନର କୋର୍ଟ ।