ରାଜ୍ୟରୁ ଆଉ ୧୪ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ଗଲା, ୭୯୭କୁ ବୃଦ୍ଧି ପାଇଲା ମୃତକଙ୍କ ସଂଖ୍ୟା
Khabar Odisha:14-more-corona-patient-died-in-the-state-raising-the-death-toll-to-797
ଭୁବନେଶ୍ବର, ସେପ୍ଟେମ୍ବର ୨୭ (ଖବର ଓଡ଼ିଶା):

କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ଆଜି ରାଜ୍ୟରୁ ଆଉ ୧୪ ଜୀବନ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୭୯୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧା ଏବଂ କଟକ ଜିଲାରୁ ୩ ଜଣ ଲେଖାଏଁ, କେନ୍ଦ୍ରାପଡ଼ା ଏବଂ ଯାଜପୁରରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ବଲାଙ୍ଗୀର, ଗଜପତି, ଢେଙ୍କାନାଳ ଏବଂ ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,,୯୩୭୪ ପହଞ୍ଚିଥିବା ବେଳେ ୧,୭୦,୧୯୩ ଜଣ ଚିକିତ୍ସିତ ହେଉଛନ୍ତି। ୩୮,୩୩୧ ଜଣ ଚିକିତ୍ସିତ ହେଉଛନ୍ତି ଓ ୭୯୭ ଜଣଙ୍କ ମୃତ୍ୟୁ ଘଟିଛି।

  • Tags:

Subscribe

National International State Sports Entertainment