କମୁଛି ମୃତ୍ୟୁ ସଂଖ୍ୟା, ରାଜ୍ୟରେ କରୋନା ନେଲା ଆଉ ୩ ଜଣଙ୍କ ଜୀବନ
Khabar Odisha:3-covid-death-in-odisha
ଭୁବନେଶ୍ୱର, ଅକ୍ଟୋବର ୧୭(ଖବର ଓଡିଶା):

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ ବଢିଲେ ଦିନେ କମୁଛି । ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କ ମୁଣ୍ଡ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୮୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାବ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି । 

ତେବେ ଆଜି ୩ଟି ଜିଲ୍ଲାରୁ ୩ ଜଣଙ୍କ ଜୀବନ ନେଇଛି କରୋନା ମହାମାରୀ । କଟକ, ଜଗତସିଂହପୁର, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୮୫କୁ ବୃଦ୍ଧି ପାଇଛି ।

ସୂଚନା ଅନୁସାରେ, ବର୍ତ୍ତମା ରାଜ୍ୟରେ ମୋଟ୍ ୧୦୩୫୦୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୯୯୭ଟି ଆକ୍ଟିଭ୍ କେସ ରହିଥିବା ବେଳେ ୧୦୨୧୭୪୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

  • Tags:

Subscribe

National International State Sports Entertainment