ରାଜ୍ୟରେ ପୁଣି ବଢିଲା କରୋନା ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୭୩ ପଜିଟିଭ୍ ଭୁବନେଶ୍ୱର, ଜୁନ ୨୩(ଖବର ଓଡିଶା): Share story: ରାଜ୍ୟରେ ପୁଣି ଥରେ ବଢିବାରେ ଲାଗିଲାଣି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ୭୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪ ଜଣ କ୍ୱାରେଣ୍ଟାଇନରୁ ରହିଥିବା ବେଳେ ୨୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ ବୟସର ୧୧ ଜଣ ସଂକ୍ରମିତ ରହିଛନ୍ତି । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୦୬୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । ବଲାଙ୍ଗୀରରୁ ୧, କଟକରୁ ୪, କେନ୍ଦ୍ରାପଡାରୁ ୧, ଖୋର୍ଦ୍ଧାରୁ ୪୧, ନୂଆପଡାରୁ ୬, ପୁରୀରୁ ୬, ସମ୍ବଲପୁରରୁ ୧, ସୁନ୍ଦରଗଡରୁ ୩ ଓ ଷ୍ଟେଟ ପୁଲରୁ ୧୦ ଜଣ ରହିଛନ୍ତି । ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୦୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୫୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୫୩୫ଜଣ ସୁସ୍ଥ ହୋଇଛନ୍ତି । ଖବର ଓଡ଼ିଶା, Reporter, 22/06/2022